ଓଡ଼ିଶାକୁ ବିଦେଶୀ ପୁଞ୍ଜି ଆଣିବା ପାଇଁ ରାଜ୍ୟ ସରକାରଙ୍କ ପ୍ରୟାସ ଚାଲିଛି: ସୁରେଶ ପୂଜାରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦିଲ୍ଲୀ ଗସ୍ତକୁ ନେଇ ଅଧିକ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦିଲ୍ଲୀ ଗସ୍ତ କାଳରେ ନିବେଶକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ଖାଲି ସେତିକି ନୁହେଁ, ମୁଖ୍ୟମନ୍ତ୍ରୀ ବଡ଼ ବଡ଼ ଶିଳ୍ପପତିଙ୍କୁ ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ସ୍ୱାଗତ କରିଛନ୍ତି। ବିଦେଶୀ ପୁଞ୍ଜି ଓଡ଼ିଶାକୁ ଆଣିବା ପାଇଁ ରାଜ୍ୟ ସରକାରଙ୍କ ପ୍ରୟାସ ଚାଲିଛି।