Image 1686155820 750x430

ବରିଷ୍ଠ ବିଜେପି ନେତା ସମୀର ଦେ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

Spread the love

କଟକ : ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ ଅସୁସ୍ଥ। ତାଙ୍କୁ କଟକର ସିଡିଏ ସ୍ଥିତ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି। ସେ ଆଇସିୟୁରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ।

୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ସେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।

Leave a Reply

Your email address will not be published. Required fields are marked *