Amit Shah

୨୮ରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡିଶା ଗସ୍ତ, ସମ୍ବଲପୁରରେ ଉଦଘାଟନ କରିବେ ପ୍ରକଳ୍ପ

Spread the love

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପୁଣି ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି । ଆସନ୍ତା ୨୮ରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡିଶା ଆସିବା ଅବସରରେ ସମ୍ବଲପୁର ଗସ୍ତ କରିବେ।ସେଠାରେ ତାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ। ସମ୍ବଲପୁର ଗସ୍ତ ସମୟରେ ପ୍ରଥମେ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବେ ଏବଂ ଏହାପରେ ୩/୪ଟି ପ୍ରକଳ୍ପର ଶୁଭ ଉଦଘାଟନ କରିବେ ବୋଲି ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ପ୍ରକାଶ କରିଛନ୍ତି। ପରେ ଶ୍ରୀ ଶାହା ଭୁବନେଶ୍ୱରରେ ଆଜି ରାତ୍ରି ଯାପନ କରିବେ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହା ବିଜେପି ଦଳର ପ୍ରମୁଖ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତ୍ତା ଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡିଛି।

Leave a Reply

Your email address will not be published. Required fields are marked *