ମହିଳାଙ୍କ ଉପରେ ଚଢିଗଲା ହାଇୱା; ଘଟଣାସ୍ଥଳରେ ଉତ୍ତେଜନା
କେନ୍ଦ୍ରାପଡା: ହାଇୱା ଧକ୍କାରେ ମହିଳାଙ୍କ ମୃତ୍ୟୁ। ସୋମବାର ପୂର୍ବାହ୍ନରେ ତିନିମୁହାଣି ଛକରେ ସଡ଼କ ଦୁର୍ଘଟଣା ହୋଇଛି । ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ଶ୍ରଦ୍ଧାଞ୍ଜଳି । ଏହାପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖିବାକୁ ମିଳିଛି। ଉତ୍ୟକ୍ତ ଲୋକେ ହାଇୱାକୁ ଅଟକ ରଖିବା ସହ ଡ୍ରାଇଭରକୁ ନିସ୍ତୁକ ମାଡ଼ ମାରିଛନ୍ତି।
ସୂଚନାନୁସାରେ, ସ୍କୁଟିରେ ମାଆ, ପୁଅ ଓ ସ୍ୱାମୀ ଯାଉଥିବା ବେଳେ ହାଇୱାଟି ସ୍କୁଟିକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ମହିଳାଙ୍କ ସ୍ୱାମୀ ଓ ପୁଅ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଥିଲା ।
ତେବେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି । ସ୍ଥାନୀୟ ଲୋକଙ୍କ ପକ୍ଷରୁ କ୍ଷତିପୂରଣ ଏବଂ କାର୍ଯ୍ୟାନୁଷ୍ଠାନ ଦାବିରେ ରାସ୍ତା ରୋକ କରିଛନ୍ତି । ସ୍ଥାନୀୟ ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।