Amit

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ

Spread the love

ଭୁବନେଶ୍ୱର: ଆସନ୍ତା ୧୦ରେ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆସନ୍ତା ୧୦ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଅମିତ ଶାହ। ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ।

ଏହାପରେ ସନ୍ଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଏବଂ ସେଠାରେ ରାତ୍ରିଯାପନ କରିବେ। ପର ଦିନ ସମ୍ବଲପୁର ଯାଇ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବା ସହ କିଛି ପ୍ରକଳ୍ପର ଶିଳାନ୍ୟାସ କରିବେ। ପରେ ଭୁବନେଶ୍ୱର ଆସି ଜନତା ମଇଦାନରେ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗ ଦେଇ ଅଭିଭାଷଣ ଦେବାର କାର୍ଯ୍ୟକ୍ରମ ରହିଛି । ଏହା ଭିତରେ ରାଜ୍ୟର କିଛି ନେତୃତ୍ୱଙ୍କ ସହ ଆଲୋଚନା କରି ପାରନ୍ତି ଶାହ ।

ଅମିତ ଶାହଙ୍କ ଗସ୍ତ ସଫଳ କରିବାକୁ ବିଜେପି କାର୍ଯ୍ୟାଳୟରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ରାଜ୍ୟ ବିଜେପି ସଭାପତି, ପ୍ରଭାରୀ, ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ ବସି ଆଲୋଚନା କରିଛନ୍ତି ।

Leave a Reply

Your email address will not be published. Required fields are marked *