Bishnu

ବିଷ୍ଣୁପଦଙ୍କୁ ହାଇକୋର୍ଟରୁ ପୁଣି ଆଶ୍ବସ୍ତି, ଅନ୍ତରୀଣ ସୁରକ୍ଷା ବଳବତ୍ତର

Spread the love

କଟକ : ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ଚଢାଉ ମାମଲାରେ ହାଇକୋର୍ଟରେ ଆବେଦନର ଶୁଣାଣି ଶେଷ ହୋଇଛି । ହାଇକୋର୍ଟ ରାୟ ସଂରକ୍ଷିତ ରଖିବା ସହ ବିଷ୍ଣୁପଦ ସେଠୀଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଛି । ପୂର୍ବରୁ କଠୋର ପଦକ୍ଷେପ ନନେବା ଲାଗି ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଗିରଫଦାରୀ ଏଡାଇବାକୁ ହାଇକୋର୍ଟ ଯାଇଥିଲେ ବିଷ୍ଣୁପଦ । ତେବେ ତାଙ୍କୁ ହାଇକୋର୍ଟରୁ ପୁଣି ଆଶ୍ବସ୍ତି ମିଳିଛି । କୌଣସି କଠୋର କାର୍ଯ୍ୟାନୁଷ୍ଠାନ ନନେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।
କହିରଖୁଛୁ ବ୍ରିଜ୍‌‌ ଆଣ୍ଡ ରୁଫ୍‌‌ କର୍ପୋରେସନ‌ ଲିମିଟେଡ୍‌‌ ପାଇଁ ଏକ ବିଲ୍‌ ପାସ୍‌ କରିବାକୁ ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ନେଇ ସିବିଆଇ ପକ୍ଷରୁ ମାମଲା ହୋଇଥିଲା। ସିବିଆଇ ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କ ଘରେ ଚଢ଼ଉ ମଧ୍ୟ କରିଥିଲା । ଏଫଆଇଆରରେ ନାଁ ନଥିଲେ ମଧ୍ୟ ସିବିଆଇର ଏପରି କାର୍ଯ୍ୟାନୁଷ୍ଠାନକୁ ବିରୋଧ କରି ବିଷ୍ଣୁପଦ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ବିଷ୍ଣୁପଦଙ୍କ ବିରୋଧରେ ସିବିଆଇ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ ନାହିଁ ବୋଲି ପୂର୍ବରୁ ଅନ୍ତରୀଣ ସୁରକ୍ଷା ନିର୍ଦ୍ଦେଶ ମଧ୍ୟ ଦେଇଥିଲେ ।

Leave a Reply

Your email address will not be published. Required fields are marked *