1732412236 mohan charan majhi odishacm

ରାଜ୍ୟରେ ସାରର କୌଣସି ଅଭାବ ନାହିଁ: ମୁଖ୍ୟମନ୍ତ୍ରୀ

Spread the love

ଭୁବନେଶ୍ୱର: ଲୋକସେବା ଭବନ ଠାରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ସାର ଯୋଗାଣ ସ୍ଥିତିର ସମୀକ୍ଷା କରି ସମସ୍ତ ଜିଲ୍ଲାରେ ଥିବା ପ୍ୟାକ୍ସ ଏବଂ ଲ୍ୟାମ୍ପ୍‌ସ ଜରିଆରେ ସାର ଆବଣ୍ଟନ କାର୍ଯ୍ୟକୁ ଠିକ ଭାବରେ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ଜିଲ୍ଲାପାଳଙ୍କୁ କଡାକଡି ନିର୍ଦ୍ଦେଶ ଦେଇଛନ୍ତି।

କୌଣସି ପ୍ରକାର କଳାବଜାରୀ କିମ୍ବା ଗଚ୍ଛିତ କିମ୍ବା ନକଲି ସାରର ଅଭିଯୋଗ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯାଞ୍ଚ ସ୍ଥାନରେ ସାରକୁ ଜବତ ନକରି ସେହି ସାରକୁ ନିକଟସ୍ଥ ପ୍ୟାକ୍ସ ଏବଂ ଲ୍ୟାମ୍ପ୍‌ସକୁ ସ୍ଥାନାନ୍ତରିତ କରି ଚାଷୀଙ୍କୁ ଆବଣ୍ଟନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

ବୈଠକରେ ଜଣାପଡ଼ିଛି ଯେ, ରାଜ୍ୟରେ ସାରର କୌଣସି ଅଭାବ ନାହିଁ। ସମସ୍ତ ଜିଲ୍ଲାରେ ଆବଶ୍ୟକତା ଅନୁଯାୟୀ ସାର ଆବଣ୍ଟନ କାର୍ଯ୍ୟ ସୁରୁଖୁରରେ ଚାଲିଛି। ସୂଚନା ଅନୁଯାୟୀ, ୨୦୨୫ ଖରିଫ ଋତୁରେ ସେପ୍ଟେମ୍ବର ୩୦ ସୁଦ୍ଧା ସମୁଦାୟ ୯,୫୫,୦୦୦ ମେଟ୍ରିକ ଟନ ସାର ଆବଶ୍ୟକ ଥିବାବେଳେ କେନ୍ଦ୍ର ସରକାର ଏହି ପରିମାଣର ସାର ଆବଣ୍ଟନ କରିଛନ୍ତି। ଆବଶ୍ୟକ ହେଲେ ଅଧିକ ସାର ପାଇଁ ଅନୁରୋଧ କରାଯିବ। ବର୍ତ୍ତମାନ ସୁଦ୍ଧା ରାଜ୍ୟ ସରକାରଙ୍କ ପାଖରେ ସମୁଦାୟ ମହଜୁଦ ଥିବା ୧୧,୬୬,୭୩୩ ମେଟ୍ରିକ ଟନ ସାର ମଧ୍ୟରୁ ୯,୮୫,୯୬୭ ମେଟ୍ରିକ ଟନ ସାର ବିକ୍ରି ହୋଇସାରିଛି। ସେହିଭଳି ମାର୍କଫେଡ଼ର ଅଧିକାରୀ ମାନଙ୍କୁ ସାର ଯୋଗାଣ ତ୍ୱରାନ୍ୱିତ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *