Mohan naveen 1068x601

କଟକ ଘଟଣାରେ ଶାନ୍ତି ପାଇଁ ନିବେଦନ କଲେ ମୁଖ୍ୟମନ୍ତ୍ରୀ ଓ ବିରୋଧୀ ଦଳ ନେତା

Spread the love

ଭୁବନେଶ୍ବର : କଟକ ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ସେ ନିବେଦନ କରିଛନ୍ତି ।  କହିଛନ୍ତି, ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର । ମାତ୍ର କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି ।  ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି ।

ଏହିଭଳି ବିଶୃଙ୍ଖଳାକାରୀଙ୍କ ଉପରେ ସରକାରଙ୍କ ନଜର ରହିଛି । ସେମାନଙ୍କ ଉପରେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କଟକ ସହରର ଗୌରବକୁ ଅକ୍ଷୁଣ୍ଣ ରଖିବା ପାଇଁ ଆଗେଇ ଆସିବାକୁ ସେ ଅପିଲ୍ କରିଛନ୍ତି ।
ସେହିପରି କଟକରେ ଶାନ୍ତି ରକ୍ଷା ପାଇଁ ଅପିଲ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଭାଇଚାରାର ସହର କଟକରେ ଆଜି ସୃଷ୍ଟି ହୋଇଥିବା ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଉଦବେଗ ପ୍ରକାଶ କରିଛନ୍ତି ନବୀନ।

ଶାନ୍ତିପ୍ରିୟ ରାଜ୍ଯ ଭାବରେ ଓଡ଼ିଶାର ସୁନାମ ରହିଛି ।  ଓଡିଶାବାସୀ, କଟକବାସୀ ଶାନ୍ତି ଓ ସଦଭାବ ଚାହାନ୍ତି। କଟକ ସହରରେ ଶାନ୍ତି ବଜାୟ ରଖିବା ପାଇଁ ବିରୋଧୀ ଦଳ ନେତା ନବୀନ ପଟନାୟକ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ।

Leave a Reply

Your email address will not be published. Required fields are marked *