Phulabani jail 1068x601

ଏମକେସିଜି ମେଡିକାଲରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

Spread the love

ଫୁଲବାଣୀ: ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୃତକ ହେଲେ ଫିରିଙ୍ଗିଆ ଥାନା କେଲାପଡ଼ା ପଞ୍ଚାୟତ କମଡକାମ୍ବା ଗ୍ରାମର ଯଶୋବନ୍ତ ଅମାତ। ଗଞ୍ଜେଇ ଚାଲାଣ ମାମଲାରେ ସେ ଗିରଫ ହୋଇ ଜେଲରେ ଥିଲେ।

ଗତ ସେପ୍ଟେମ୍ବର ୫ ତାରିଖରେ ପୁଲିସ ପାଟ୍ରୋଲିଂ ଚାଲିଥିଲା। ଫିରିଙ୍ଗିଆ ଶନି ମନ୍ଦିର ନିକଟରେ ଯଶୋବନ୍ତ ଏବଂ ତାଙ୍କ ସ୍ତ୍ରୀ ଅମ୍ବିକାଙ୍କୁ ଅଟକାଇ ଯାଞ୍ଚ କରାଯିବା ସମୟରେ ତାଙ୍କ ପାଖରୁ ୨୧ କିଲୋ ଗଞ୍ଜେଇ ମିଳିଥିଲା। ପୁଲିସ ଉଭୟ ସ୍ବାମୀ, ସ୍ତ୍ରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ପରେ ସେମାନଙ୍କୁ ଫୁଲବାଣୀ ମଣ୍ଡଳ କାରାଗାରକୁ ପଠାଇ ଦିଆଯାଇଥିଲା। ଯଶୋବନ୍ତଙ୍କ ଶରୀର ଅସୁସ୍ଥ ହେବାରୁ ତାଙ୍କୁ ଫୁଲବାଣୀ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ମଙ୍ଗଳବାର ଭୋର ୪ଟା ସମୟରେ ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ ଜେଲ କର୍ତ୍ତୃପକ୍ଷ ବ୍ରହ୍ମପୁର ବୈଦ୍ୟନାଥପୁର ଥାନାରେ ଏତଲା ଦେଇଛନ୍ତି।

Leave a Reply

Your email address will not be published. Required fields are marked *