State ନୂଆପଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ; ଅକ୍ଟୋବର ୨୦ ସୁଦ୍ଧା ନାମାଙ୍କନ kartabya October 13, 2025 Spread the loveଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ ତାରିଖ ଅକ୍ଟୋବର ୨୦ ଧାର୍ଯ୍ୟ ହୋଇଛି। ସେହିପରି ଅକ୍ଟୋବର ୨୨ରେ ନାମାଙ୍କନ ପତ୍ର ଯାଞ୍ଚ ହେବାକୁ ଥିବାବେଳେ ଅକ୍ଟୋବର ୨୪କୁ ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଧାର୍ଯ୍ୟ କରାଯାଇଛି। ନଭେମ୍ବର ୧୧ ସକାଳ ୭ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟଦାନ ପ୍ରକ୍ରିୟା ଚାଲିବ। ଅନ୍ୟପକ୍ଷରେ ବାମପନ୍ଥୀ ଉଗ୍ରବାଦୀ ପ୍ରବଣ ଅଞ୍ଚଳର ୪୭ଟି ବୁଥ୍ରେ ସକାଳ ୭ଟାରୁ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ଭୋଟଦାନ ପ୍ରକ୍ରିୟା ଅନୁଷ୍ଠିତ ହେବ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ତେବେ ନଭେମ୍ବର ୧୬ ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ।