Highcourt 750x430 1 1 1

ହିନ୍ଦୀ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ରଦ୍ଦ, ପୁଣି ହେବ ପ୍ରିଲିମିନାରି ପରୀକ୍ଷା

Spread the love

କଟକ: ହିନ୍ଦୀ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ରଦ୍ଦ, ପୁଣି ହେବ ପ୍ରିଲିମିନାରି ପରୀକ୍ଷା। ୭୧୧ଟି ହିନ୍ଦୀ ଶିକ୍ଷକ ପଦବୀ ପୂରଣ ପାଇଁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ୍‌ ପକ୍ଷରୁ ଅନୁଷ୍ଠିତ ନିଯୁକ୍ତି ପ୍ରକ୍ରିୟାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ହିନ୍ଦୀ ଶିକ୍ଷକ ପଦ ପାଇଁ ଏ ପର୍ଯ୍ୟନ୍ତ ଅନୁଷ୍ଠିତ ନିଯୁକ୍ତି ପ୍ରକ୍ରିୟାରେ ମୂଳ ନିଯୁକ୍ତି ବିଜ୍ଞପ୍ତିର ସର୍ତ୍ତାବଳୀ ଉଲ୍ଲଂଘନ ହୋଇଥିବା ସ୍ପଷ୍ଟ ହେବା ପରେ ହାଇକୋର୍ଟ ଏପରି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି।

ମୂଳ ନିଯୁକ୍ତି ବିଜ୍ଞପ୍ତି ଅନୁସାରେ ହିନ୍ଦୀ ଶିକ୍ଷକ ପଦ ପାଇଁ ପ୍ରିଲିମିନାରି ପରୀକ୍ଷା କରିବାକୁ କମିସନ୍‌ଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ପୂର୍ବରୁ ଅନୁଷ୍ଠିତ ଲିଖିତ ପରୀକ୍ଷା ମୂଲ୍ୟହୀନ ହୋଇଯାଇଛି। ସମସ୍ତ ପ୍ରାର୍ଥୀ ପ୍ରଥମେ ପ୍ରିଲିମିନାରି ପରୀକ୍ଷାରେ ଅଂଶଗ୍ରହଣ କରିବେ। ଯେଉଁ ପ୍ରାର୍ଥୀ ଯୋଗ୍ୟତା ଅର୍ଜନ କରିବେ ‌ସେମାନେ ଲିଖିତ ପରୀକ୍ଷା ଦେବେ। ଏଥି ସହିତ ମୂଳ ନିଯୁକ୍ତି ବିଜ୍ଞପ୍ତି ଅନୁସାରେ ପରୀକ୍ଷାରେ ଦ୍ବିଭ‌ାଷୀ (ହିନ୍ଦୀ ଓ ଇଂରାଜୀ) ସୁବିଧା ପ୍ରାର୍ଥୀଙ୍କୁ ପ୍ରଦାନ କରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଉପରୋକ୍ତ ପ୍ରକ୍ରିୟା ତିନି ମାସ ଭିତରେ ସଂପୂର୍ଣ୍ଣ କରାଯିବ। ଜଷ୍ଟିସ୍‌ ଦୀକ୍ଷିତ କ୍ରିଷ୍ଣା ଶ୍ରୀପଦଙ୍କୁ ନେଇ ଗଠିତ ଖଣ୍ଡପୀଠ ଫିରୋଜ କୁମାର ମହାପାତ୍ର, ରାକେଶ କୁମାର ବାରିକ ଓ ଅନ୍ୟମାନଙ୍କ ତରଫରୁ ଦାୟର ଆବେଦନ ଗୁଡ଼ିକର ଏକତ୍ର ଶୁଣାଣି କରି ଏପରି ରାୟ ପ୍ରଦାନ କରିଛନ୍ତି।

ମାମଲାର ବିବରଣୀରୁ ପ୍ରକାଶ ଯେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ସରକାରୀ ମାଧ୍ୟମିକ ସ୍କୁଲରେ ହିନ୍ଦୀ ସହିତ ଅନ୍ୟ ବିଭାଗରେ ଶିକ୍ଷକ ନିଯୁକ୍ତି ପାଇଁ ଷ୍ଟାଫ୍ ସିଲେକ୍ସନ କମିସନ ପକ୍ଷରୁ ୨୦୨୪, ଅକ୍ଟୋବର ୨୨ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯଦି ପ୍ରାର୍ଥୀଙ୍କ ସଂଖ୍ୟା ‌‌ପୂରଣ ହେବାକୁ ଥିବା ପଦବି ସଂଖ୍ୟାର ୫ଗୁଣ ବା ତା’ଠାରୁ ଅଧିକ ହୁଏ ତେବେ ପ୍ରଥମେ ପ୍ରିଲିମିନାରି ପରୀକ୍ଷା କରାଯିବ ବୋଲି ନିଯୁକ୍ତି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଥିଲା।

Leave a Reply

Your email address will not be published. Required fields are marked *