Medical 1

ଚିକିତ୍ସାରେ ଅବହେଳାରୁ ଶିଶୁ ମୃତ୍ୟୁ ଅଭିଯୋଗ : ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା

Spread the love

ବାଲେଶ୍ଵର: ଶିଶୁ ମୃତ୍ୟୁ ଅଭିଯୋଗରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉତ୍ତେଜନା। ଚିକିତ୍ସା ଅବହେଳା ପାଇଁ ଜଣେ ୩ ମାସର ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତ ଶିଶୁ ବାଲେଶ୍ବର ଜିଲ୍ଲା ଜଳେଶ୍ଵର ଥାନା ଜମାଳପୁର ଅଞ୍ଚଳର ଶମ୍ଭୁନାଥ ରାଉଳଙ୍କ ତିନିମାସର ଶିଶୁ ପୁତ୍ର ଅଭିଜିତ ରାଉଳ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଅଭିଜିତର ଦେହ ଅସୁସ୍ଥ ଥିବାରୁ ପରିବାର ଲୋକେ ତାକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଶିଶୁ ଭବନ ଆଇସିୟୁରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଆଜି ଅପରାହ୍‌ଣ ୧ଟା ୩୦ରେ ଶିଶୁପୁତ୍ରର ମୃତ୍ୟୁ ହୋଇଥିଲା। ପରିବାର ଲୋକେ ଚିକିତ୍ସାରେ ଅବହେଳା ପାଇଁ ତାଙ୍କର ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ଦର୍ଶାଇ ଚିକିତ୍ସାଳୟ ପରିସରରେ ପାଟିତୁଣ୍ଡ କରିବା ସହ ଉତ୍ତେଜନା ସୃଷ୍ଟି କରିଥିଲେ। କିଛି ସମୟ ପାଇଁ ଚିକିତ୍ସାଳୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏ ନେଇ ଶିଶୁର ବାପା ଶମ୍ଭୁନାଥ ରାଉଳ ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ଶିଶୁ ମୃତ୍ୟୁ ନେଇ ଥାନାରେ ଅଭିଯୋଗ ହେବା ପରେ ପୁଲିସ ମାମଲା ରୁଜୁ କରିଛି। ଏବଂ ଘଟଣାସ୍ଥଳରେ ପହଞ୍ଚି ଉତ୍ତେଜିତ ଲୋକଙ୍କୁ ବୁଝାସୁଝା କରିଛି।

Leave a Reply

Your email address will not be published. Required fields are marked *