Paddy in mandi

ଆସନ୍ତା ୨୦ରୁ ବରଗଡ ଜିଲ୍ଲାରୁ ଆରମ୍ଭ ହେବ ଖରିଫ ଧାନ କିଣା

Spread the love

ବରଗଡ : ଆସନ୍ତା ୨୦ ତାରିଖରୁ ବରଗଡ ଜିଲ୍ଲାରୁ ଖରିଫ୍ ଧାନ କିଣା ଆରମ୍ଭ ହେବ। ଧାନ ସଂରକ୍ଷଣ ପାଇଁ ମଣ୍ଡିରେ ଅତ୍ୟାଧୁନିକ ବ୍ୟବସ୍ଥା ହୋଇଛି। ଦୁଇ ବର୍ଷ ମଧ୍ୟରେ ୧୦୦ଟି ମଡେଲ ମଣ୍ଡି ପାଇଁ ନିଷ୍ପତି ହୋଇଛି। ପ୍ରଥମ ପର୍ଯ୍ୟାୟରେ ୩୮ଟି ମଡେଲ ମଣ୍ଡି ସ୍ଥାପନ ପାଇଁ ଟେଣ୍ଡର ହୋଇ କାର୍ଯ୍ୟ ଆରମ୍ଭ ହୋଇଛି। ଚଳିତ ଆର୍ଥିକ ବର୍ଷରେ ୮୦ ସମବାୟ ସମିତିରେ ୨୦୦ ମେଟ୍ରିକ୍ ଟନ୍ କ୍ଷମତା ବିଶିଷ୍ଟ ଗୋଦାମ ଗୃହ ନିର୍ମାଣ ପାଇଁ ୨୦ କୋଟିର ବ୍ୟବବରାଦ ହୋଇଛି। ୯ ହଜାର ୭୯୭୩ଟି ସମବାୟ ସମିତି ଆରଏମ୍‌ସିରେ ୫୧୬ କୋଟି ଟଙ୍କା ବ୍ୟୟରେ ଭିତ୍ତିଭୂମି ବିକାଶ ପାଇଁ କାର୍ଯ୍ୟ ଆରମ୍ଭ ହେବ। ଏ ନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *