Zzzzz

୫ ବନ୍ଧୁକ ଜବତ: ଦୁଇ ବେପାରୀ ଗିରଫ

Spread the love

ଭୁବନେଶ୍ଵର: ଅନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ଦୁଇ ସଦସ୍ୟ ଗିରଫ। ବଡ ଲୁଟ୍ ପାଇଁ ଯୋଜନାବେଳେ କାବୁ କରିଛି ସ୍ପେଶାଲ କ୍ରାଇମ୍ ୟୁନିଟ୍। ବନ୍ଧୁକ କିଣିବାକୁ ଯାଇ ବନ୍ଧୁକ ବେପାରୀଙ୍କୁ ଧରିବାରେ ସଫଳ ହୋଇଛି କମିଶନରେଟ୍ ପୁଲିସ୍ ।
ଅଭିଯୁକ୍ତଙ୍କଠାରୁ ଗୋଟିଏ କାରବାଇନ୍ ଓ ୫ ବନ୍ଧୁକ ଜବତ ହୋଇଛି। ୯ ଜୀବନ୍ତ ଗୁଳି ସମେତ ୨ ମୋବାଇଲ ଫୋନ୍ ମଧ୍ୟ ଜବତ କରାଯାଇଛି। ଅଭିଯୁକ୍ତ ମାନେ ବିହାରର ଦିବ୍ୟାଂଶୁ କୁମାର ଏବଂ ଦୀପକ କୁମାର ବୋଲି ଜଣାପଡିଛି। ଦୁଇ ଜଣ ଡିଲ୍ ପାଇଁ ଓଡିଶା ଆସିଥିବା ପ୍ରେସମିଟ୍ ରେ ସୂଚନା ଦେଇଛନ୍ତି ପୁଲିସ୍‌ କମିଶନର।

ସୂଚନାଥାଉକି, କଳାବଜାରୀ ମୂଲ୍ୟ ଅନୁସାରେ ଗୋଟିଏ କାରବାଇନ ଦେଢ଼ ଲକ୍ଷରୁ ଦୁଇ ଲକ୍ଷ ହେବ। କିନ୍ତୁ ଡିସିପି ଅନୁପ କାନୁନଗୋ ନିଜେ ବନ୍ଧୁକ ବେପାରୀକୁ ଫୋନ କରିଥିଲେ। ଗୋଟିଏ କାରବାଇନ ବନ୍ଧୁକ କିଣିବା ପାଇଁ ୫ ଲକ୍ଷ ଟଙ୍କା ଦେବେ ବୋଲି ଡିଲ କରିଥିଲେ। ଏହି ପ୍ରଲୋଭନରେ ପଡ଼ି ଯାଇଥିଲେ ୨ ବନ୍ଧୁକ ବେପାରୀ । ଗତକାଲି ରାତିରେ ଖାରବେଳନଗର ୟୁନିଟ-3 ଅଞ୍ଚଳକୁ ଯାଇଥିଲେ। ସେଠାରୁ ପୁଲିସ ୨ ବେପାରୀଙ୍କୁ କାବୁ କରିଥିଲା।

Leave a Reply

Your email address will not be published. Required fields are marked *