ସାପ କାମୁଡା ମୃତ୍ୟୁ ପାଇଁ ୧୦ ଲକ୍ଷ କ୍ଷତିପୂରଣ !

Spread the love

ଭୁବନେଶ୍ଵର: ସାପ କାମୁଡା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଯେ, କ୍ଷତିପୂରଣ ରାଶି ବୃଦ୍ଧି ପ୍ରସ୍ତାବକୁ ରାଜ୍ୟ ସରକାର ସମୀକ୍ଷା କରୁଛନ୍ତି। ଏହି ରାଶି ବୃଦ୍ଧି ପାଇଁ ଓଡ଼ିଶା ସରକାର ପୂର୍ବରୁ କେନ୍ଦ୍ରକୁ ଚିଠି ଲେଖି ସୁପାରିଶ କରିଥିଲେ।
ବର୍ତ୍ତମାନ କ୍ଷତିପୂରଣ ରାଶି ୪ ଲକ୍ଷ ମିଳୁଥିବାବେଳେ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ସୁପାରିସ୍‌ ହୋଇଛି।

ଏ ନେଇ ସୁପ୍ରିମକୋର୍ଟଙ୍କ ଗାଇଡ୍ ଲାଇନ୍ ଆସିଥିବା ସୂଚନା ମିଳିଛି। ସୁପ୍ରିମକୋର୍ଟ ଏକ ନିର୍ଦ୍ଦିଷ୍ଟ ମାମଲାରେ ନିର୍ଦେଶ ଦେଇଥିବା କହିଛନ୍ତି ସୁରେଶ ପୂଜାରୀ। ବଜ୍ରାଘାତ ଏବଂ ପାଣିରେ ବୁଡି ମୃତ୍ୟୁ ହେଲେ ମଧ୍ୟ ସମାନ କ୍ଷତିପୂରଣ ମିଳିବ।
ଥରେ ସଂଶୋଧିତ କ୍ଷତିପୂରଣ ଢାଞ୍ଚା ଅନୁମୋଦନ ହେବା ପରେ ଏହା ସାରା ଦେଶରେ ଲାଗୁ ହେବ। ଏହା ବ୍ୟତୀତ, ସୁପ୍ରିମକୋର୍ଟ ଏହି ବର୍ଷ ଜାନୁଆରୀରେ ଆଣ୍ଟି-ଭେନମ୍ ସମେତ ସାପ କାମୁଡ଼ା ଚିକିତ୍ସା ସୁବିଧା ସମସ୍ତ ପ୍ରାଥମିକ ଓ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଉପଲବ୍ଧ କରାଇବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ।

Leave a Reply

Your email address will not be published. Required fields are marked *