Dharmendra pradhan

ଡବଲ ଇଞ୍ଜିନ ସରକାର ସବୁବେଳେ ‘ଅନ୍ନଦାତା’ଙ୍କ କଲ୍ୟାଣକୁ ପ୍ରାଥମିକତା ଦେଇ ଆସିଛନ୍ତି

Spread the love

ଭୁବନେଶ୍ବର: ଅଧିକ ଉଷୁନା ଚାଉଳ କିଣିବ ଏଫ୍ ସିଆଇ। ଓଡ଼ିଶାରୁ ଅଧିକ ୮ ଲକ୍ଷ ଉଷୁନା ଧାନ କିଣିବ ଏଫ୍ ସିଆଇ, ଯାହା ଧାର୍ଯ୍ୟ ଲକ୍ଷ୍ୟଠାରୁ ଯଥେଷ୍ଟ ଅଧିକ। ଏଥିଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋସିଆଲ ମିଡିଆ ‘x’ରେ ଲେଖିଛନ୍ତି, ଓଡ଼ିଶାରେ ଖରିଫ ଋତୁ ଓ ରବି ଋତୁ ପାଇଁ ଏଫସିଆଇ ଦ୍ୱାରା ନିର୍ଦ୍ଧାରିତ ଲକ୍ଷ୍ୟ ଠାରୁ ଅଧିକ ଉଷୁନା ଧାନ କିଣିବା ସହ ଚାଉଳର ଶୀଘ୍ର ଉଠାଣ ପାଇଁ ମୁଁ କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁସାକ୍ଷାତ୍ କରି ଅନୁରୋଧ କରିଥିଲି ।
ମୋର ଅନୁରୋଧ କ୍ରମେ, ଓଡ଼ିଶାର ଚାଷୀ ଭାଇ ଭଉଣୀଙ୍କ ସ୍ୱାର୍ଥକୁ ରକ୍ଷା କରି ଖରିଫ ଫସଲ ପାଇଁ ଧାନ କିଣିବା ଲକ୍ଷ୍ୟକୁ ୪୦ ଲକ୍ଷ ମେଟ୍ରିକ୍ ଟନରୁ ବୃଦ୍ଧି କରି ୪୭ ଲକ୍ଷ ମେଟ୍ରିକ୍ ଟନ୍ କରାଯାଇଛି । ସେହିପରି ରବି ଫସଲ ପାଇଁ ଏହି ଲକ୍ଷ୍ୟକୁ ୧୦ ଲକ୍ଷ ମେଟ୍ରିକ୍ ଟନରୁ ବୃଦ୍ଧି କରି ୧୧ ଲକ୍ଷ ମେଟ୍ରିକ୍ ଟନ୍ କରିବା ପାଇଁ ନିଷ୍ପତି ଦେଇଥିବାରୁ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଉଛି।
ସେ ଆହୁରି କହିଛନ୍ତି, ଡବଲ ଇଞ୍ଜିନ ସରକାର ସବୁବେଳେ ‘ଅନ୍ନଦାତା’ଙ୍କ କଲ୍ୟାଣକୁ ପ୍ରାଥମିକତା ଦେଇ ଆସିଛନ୍ତି। ଧାନ କିଣା ଲକ୍ଷ୍ୟରେ ୮ ଲକ୍ଷ ମେଟ୍ରିକ୍ ଟନ୍ ବୃଦ୍ଧି ତଥା ମୋଟ ୫୮ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିବା ନିଷ୍ପତ୍ତି ଓଡ଼ିଶାର ଚାଷୀମାନଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିବ। ମୋଦୀ ସରକାରଙ୍କ ଏହି ସମୟୋଚିତ ନିଷ୍ପତ୍ତି ରାଜ୍ୟର ଅର୍ଥନୀତି ଓ ଆମ ଚାଷୀ ଭାଇଭଉଣୀଙ୍କ ହାତମୁଠାକୁ ମଜଭୂତ୍ କରିବ ।

Leave a Reply

Your email address will not be published. Required fields are marked *