Ghatagaon 1013x675 1 750x430

ମା’ ତାରିଣୀ ପୀଠ ସମନ୍ବିତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Spread the love

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିବା ପରେ ଏକ ବିରାଟ ଶୋଭାଯାତ୍ରାରେ ମା’ ତାରିଣୀ ପୀଠକୁ ଯାଇ ସେଠାରେ ମା’ଙ୍କ ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି ।

ମା’ ତାରିଣୀ ପୀଠର ବିକାଶ ପାଇଁ ୩୦୦ କୋଟିରୁ ଉର୍ଦ୍ଧ୍ବ ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ମା’ ତାରିଣୀ ପରିକ୍ରମା ସମନ୍ବିତ ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ପାଖାପାଖି ୬୦ ଏକର ଅଞ୍ଚଳର ବିକାଶ କରାଯିବ ।

ମାଆ ତାରିଣୀଙ୍କ ପୀଠର ବିକାଶ ପାଇଁ ଶିଳାନ୍ୟାସ ପରେ ଘଟଗାଁ ମିନି ଷ୍ଟାଡିୟମ୍ ପରିସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଜନସାଧାରଣଙ୍କୁ ଉଦବୋଧନ ଦେଇଛନ୍ତି ।

ରାଜ୍ୟ ସରକାରଙ୍କ ଉଦ୍ୟମରେ ଘଟଗାଁ ହେବ ଓଡ଼ିଶାର ଏକ ପ୍ରମୁଖ ଆକର୍ଷଣୀୟ ଆଧ୍ୟାତ୍ମିକ ଓ ସାଂସ୍କୃତିକ ଶକ୍ତି କେନ୍ଦ୍ର। ଯାତ୍ରୀ ସୁବିଧା, ରାସ୍ତା ଓ ଯୋଗାଯୋଗ, ପୁଷ୍କରିଣୀ ସମୂହର ବିକାଶ, ସୁଦୃଶ୍ୟ ବ୍ୟାଖ୍ୟାନ କେନ୍ଦ୍ର, ଯାତ୍ରୀନିବାସ, ପ୍ରାଚୀର ସହ ବର୍ଜ୍ୟବସ୍ତୁ ପରିଚାଳନା ଯୋଜନା, ମନ୍ଦିର ଆଭ୍ୟନ୍ତରୀଣ ଓ ମନ୍ଦିରକୁ ସଂଯୋଗ କରୁଥିବା ରାସ୍ତାର ବଡ଼ ବିକାଶ ଯୋଜନା ଏଥିରେ ଅନ୍ତର୍ଭୁକ୍ତ । ୨୧୬ ଶଯ୍ୟାବିଶିଷ୍ଟ ଯାତ୍ରୀନିବାସ, ୫୦୦ ଲୋକଙ୍କ ଏକସଙ୍ଗେ ପ୍ରସାଦସେବନ ବ୍ୟବସ୍ଥା, ନଡ଼ିଆ ଗୋଦାମ ସହିତ ମା’ ତାରିଣୀ ମନ୍ଦିର ସମ୍ବନ୍ଧିତ ବ୍ୟାଖ୍ୟାନ କେନ୍ଦ୍ର ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ହେବ । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତତ୍ତ୍ୱାବଧାନରେ ଏହି ବିକାଶ ଯୋଜନା ପ୍ରସ୍ତୁତ ହୋଇଛି। ଏହା ସହ ଯାତ୍ରୀ ସୁବିଧା କେନ୍ଦ୍ର, ଖାଦ୍ୟ ପ୍ରାଙ୍ଗଣ, ୱାଚ୍‌ ଟାୱାର ନିର୍ମାଣ ହେବ ।

ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଇନ, ଅବକାରୀ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, କେନ୍ଦୁଝର ସାଂସଦ ଅନନ୍ତ ନାୟକ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରା, ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀ, ବିଧାୟକ ଆକାଶ ଦାସ ନାୟକ, ହିମାଂଶୁ ଶେଖର ସାହୁ, ପୂର୍ବତନ ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ ।

 

Leave a Reply

Your email address will not be published. Required fields are marked *