Odisha cm mohan charan majhi to join ‘ekta marathon in balasore on november 13 to mark sardar patels 150th birth anniversary 750x375 1

ବଢ଼ିଲା ଗ୍ରାମରକ୍ଷୀଙ୍କ ମାସିକ ଭତ୍ତା; ଏଣିକି ମିଳିବ ୨,୫୦୦ ଟଙ୍କା

Spread the love

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ ମାନେ ୧,୮୦୦ ଟଙ୍କା ବଦଳରେ ୨,୫୦୦ ଟଙ୍କା ମାସିକ ଭତ୍ତା ପାଇବେ।

ଏଥି ସହିତ ସପ୍ତାହକୁ ଥରେ ସେମାନେ ଯେଉଁ ଥାନା ଅଧୀନରେ କାମ କରୁଥିବେ ସେଠାକୁ ଯାଇ ସେମାନଙ୍କ ଉପସ୍ଥାନ ଦେବାର ବ୍ୟବସ୍ଥା ମଧ୍ୟ କରାଯାଇଛି। ଚନାଯୋଗ୍ୟ ଯେ, ଗ୍ରାମାଞ୍ଚଳରେ ଶାନ୍ତି ଶୃଙ୍ଖଳା ରକ୍ଷା ଏବଂ ଅପରାଧୀ ଚିହ୍ନଟ ପ୍ରକ୍ରିୟାରେ ଗ୍ରାମରକ୍ଷୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ।

Leave a Reply

Your email address will not be published. Required fields are marked *