Droupdi murmu president of india

୩ରେ ପୁରୀ ଆସିବେ ମହାମହିମ, ଶ୍ୱେତଗଙ୍ଗାରେ କରିବେ ପିଣ୍ଡଦାନ

Spread the love

ପୁରୀ: ଆସନ୍ତା ୩ ତାରିଖ ଦିନ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି । ଏହାସହ ମହାମହିମ ପଞ୍ଚତୀର୍ଥ ଶ୍ୱେତଗଙ୍ଗା ପୁଷ୍କରିଣୀକୁ ଯାଇ ପିଣ୍ଡଦାନ କରିବାର କାର୍ଯ୍ୟକ୍ରମ ରହିଛି । ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଜି ଛତିଶା ନିଯୋଗର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ ।
ଅପରାହ୍ନ ୪ଟା ୩୦ରେ ବସିବ ବୈଠକ । ବୈଠକରେ ଜିଲ୍ଲାପାଳ, ଏସପି ଛତିଶା ନିଯୋଗ ସେବାୟତ ପ୍ରତିନିଧିଙ୍କ ସହ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶ୍ରୀମନ୍ଦିର ଦର୍ଶନ ନେଇ ଆଲୋଚନା ହେବ ।

ଶ୍ବେତଗଙ୍ଗାରେ ରାଷ୍ଟ୍ରପତି ପିଣ୍ଡଦାନ କାର୍ଯ୍ୟ ସାରିବା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ । ରାଷ୍ଟ୍ରପତିଙ୍କ କୌଳିକ ପଣ୍ଡା ରାଜରତନ ମହାପାତ୍ର କହିଛନ୍ତି, ପରମ୍ପରା ଅନୁଯାୟୀ ରାଷ୍ଟ୍ରପତିଙ୍କୁ ମହାପ୍ରଭୁଙ୍କ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ଖଣ୍ଡୁଆ ବସ୍ତ୍ର, ଶୁଖିଲି ମହାପ୍ରସାଦ ଉପହାର ସ୍ୱରୂପ ଦିଆଯିବ ।

ସେପଟେ, ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଥମେ ପଞ୍ଚତୀର୍ଥ ପୁଷ୍କରିଣୀ ଶ୍ବେତଗଙ୍ଗାକୁ ଯିବେ ।‌ ସେଠାରେ ପିଣ୍ଡଦାନ କରିବାର କାର୍ଯ୍ୟକ୍ରମ ଥିବାବେଳେ ସେଠାରେ ଏନେଇ ସମସ୍ତ ପ୍ରସ୍ତୁତି ସଠିକ୍ ଭାବେ ହୋଇପାରିବ ସେନେଇ ଶ୍ବେତଗଙ୍ଗା ପୁଷ୍କରିଣୀକୁ ଯାଇ ଅନୁଧ୍ୟାନ କରିଥିଲେ ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ ଓ ଏସପି ।

 

Leave a Reply

Your email address will not be published. Required fields are marked *