Odisha cm new 5naijpg 1735055041686 1024x546

ଖଲ୍ଲିକୋଟ ଛାତ୍ର ମୃତ୍ୟୂ ଘଟଣା: ୪ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Spread the love

ଭୁବନେଶ୍ଵର: ଖଲ୍ଲିକୋଟର ଛାତ୍ର ମିହିର ପ୍ରଧାନ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ଏବଂ ସିଏମଆରଏଫ୍ ରୁ ୪ ଲକ୍ଷର ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଗଞ୍ଜାମ ଖଲ୍ଲିକୋଟରେ ଥିବା ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ପରିସରରେ ଜଣେ ଦଶମ ଶ୍ରେଣୀ ଛାତ୍ର ହଠାତ୍ ଅଚେତ ହୋଇପଡ଼ିଥିଲେ। ପରେ ତାଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲକୁ ନିଆଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନଥିବାବେଳେ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

Leave a Reply

Your email address will not be published. Required fields are marked *