Screenshot 2026 02 26 152755

ଆସନ୍ତାକାଲିଠୁ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଅନଲାଇନ୍ ଫର୍ମ ପୂରଣ

Spread the love

ଭୁବନେଶ୍ୱର:ଆସନ୍ତାକାଲି ଠାରୁ ପିଜି ନାମଲେଖା ପ୍ରବେଶିକା ପରୀକ୍ଷା (CPET) ପାଇଁ ଅନଲାଇନ୍ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ । ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି।

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବାକୁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନଙ୍କୁ Common PG Entrance Test (CPET) ପରୀକ୍ଷାରେ ଅଂଶଗ୍ରହଣ କରିବାକୁ ପଡ଼ିବ।

CPET ପ୍ରବେଶିକା ପରୀକ୍ଷା ପାଇଁ ଛାତ୍ରଛାତ୍ରୀମାନେ ଫେବୃଆରୀ ମାସ ୨୭ ତାରିଖରୁ ମାର୍ଚ୍ଚ ମାସ ୧୫ ତାରିଖ ପର୍ଯ୍ୟନ୍ତ ସାମ୍ସ (SAMS) ପୋର୍ଟାଲକୁ ଯାଇ Common Application Form (CAF) ପୂରଣ କରିପାରିବେ। ଏପ୍ରିଲ ମାସ ୨୭ ତାରିଖରୁ ମେ’ ମାସ ୧୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ନାତକୋତ୍ତର ବିଷୟ ପାଇଁ CPET ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। CPET ପ୍ରବେଶିକା ପରୀକ୍ଷାରେ ରଖିଥିବା ମାର୍କ ଆଧାରରେ ହିଁ ଛାତ୍ରଛାତ୍ରୀମାନଙ୍କୁ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଚୟନ କରାଯିବ।

ଏଥିସହ ଜୁଲାଇ ୧୦, ୨୦୨୬ ରିଖ ସୁଦ୍ଧା ସମସ୍ତ ବିଶ୍ୱ ବିଦ୍ୟାଳୟ ଓ ମହାବିଦ୍ୟାଳୟମାନଙ୍କରେ ସ୍ନାତକୋତ୍ତର ପାଠ୍ୟକ୍ରମକୁ ଆରମ୍ଭ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଏହାଦ୍ୱାରା ସଠିକ ସମୟରେ
ସ୍ନାତକୋତ୍ତର ପାଠ୍ୟକ୍ରମର ପାଠପଢ଼ା ସମାପ୍ତ ହେବା ସହ ସଠିକ ସମୟରେ ପରୀକ୍ଷା କରାଯାଇ ଫଳାଫଳ ମଧ୍ୟ ଘୋଷଣା କରାଯାଇପାରିବ, ଯାହାଦ୍ୱାରା ଓଡ଼ିଶାର ସମସ୍ତ ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ।

 

Leave a Reply

Your email address will not be published. Required fields are marked *