Convoy1 1024x496 1 768x372

ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌ରେ ରହିଲା ମାତ୍ର ୪ ଗାଡ଼ି

Spread the love

ଭୁବନେଶ୍ଵର:ମଧ୍ୟପ୍ରାଚ୍ୟରେ ଯୁଦ୍ଧ ସ୍ଥିତି ଯୋଗୁଁ ସମଗ୍ର ବିଶ୍ବ ତୈଳ ସଂଙ୍କଟ ନେଇ ଚିନ୍ତାରେ ପଡିଛନ୍ତି। ଏହାରି ଭିତରୁ ବାଦ ପଡିନାହିଁ ଭାରତ। ଭାରତରେ ଦିନକୁ ଦିନ ତୈଳ ସଂଙ୍କଟ ଦେଖାଦେଉଥିବାରୁ ଚିନ୍ତାରେ କେନ୍ଦ୍ର ସରକାର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ,ବିଶେଷକରି ପେଟ୍ରୋଲ ବ୍ୟବହାର କମ୍ କରିବାକୁ ଆହ୍ୱାନ ଦେଇଛନ୍ତି।ଏହି ଆହ୍ବାନକୁ ସ୍ଵାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ସମ୍ମାନ ଦେଇ ନିଜ କାର୍‌କେଡ୍‌କୁ ଅଧା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

୪ଟି ଗାଡ଼ିରେ ସୀମିତ ରହିଲା ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌ ।ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌ରେ ୭ଟି ଗାଡ଼ି ରହୁଥିଲା। ଅଧିକ ମାତ୍ରାରେ ପବ୍ଲିକ ଟ୍ରାନ୍ସପୋର୍ଟ ବ୍ୟବହାର ନକରିବା ପାଇଁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି।କେବଳ ଆବଶ୍ୟକ ସ୍ଥଳରେ ଗାଡି ବ୍ୟବହାର କରି ଅନାବଶ୍ୟକ ବ୍ୟବହାର ବନ୍ଦ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *