Police n

ଝାରସୁଗୁଡ଼ାରେ ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଗୁରୁତର

Spread the love

ଝାରସୁଗୁଡା: ଡକାୟତି ଉଦ୍ୟମ ବେଳେ ପୋଲିସ ଏନକାଉଣ୍ଟର । ଝାରସୁଗୁଡା ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ନିକଟରେ ପୋଲିସର ଏନକାଉଣ୍ଟର । ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନ ଆହତ ହୋଇଛନ୍ତି । ଜୟର ଗୋଡ଼ରେ ବାଜିଛି ଗୁଳି । ତା ନାଁରେ ୧୦ରୁ ଅଧିକ ଅପରାଧୀକ ମାମଲା ରହିଛି । ପୋଲିସ ଚଢ଼ାଉ ବେଳେ ଗୁଳି ବିନିମୟ ବେଳେ ଏନକାଉଣ୍ଟର ହୋଇଛି । ଆହତ ଅପରାଧୀକୁ ଚିକିତ୍ସା ପାଇଁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରୁ ଅନ୍ୟ ସହଯୋଗୀ ଫେରାର ଥିବା ସୂଚନା ମିଳିଛି ।

ଖବର ଅନୁଯାୟୀ, ବ୍ରଜରାଜନଗର ଗାନ୍ଧିଛକ ଅଞ୍ଚଳର ବାସିନ୍ଦା ଜୟ ଚୌହାନ ତାର ସହଯୋଗୀଙ୍କ ସହ ମିଶି ରେଙ୍ଗାଳି ଅଞ୍ଚଳରେ ଏକ ବଡ଼ଧରଣର ଡକାୟତି ପାଇଁ ଯୋଜନା କରୁଥିଲା। ଏ ସମ୍ପର୍କରେ ବିଶେଷ ସୂତ୍ରରୁ ଖବର ପାଇ ପୋଲିସର ଏକ ସ୍ପେଶାଲ ଟିମ୍ ସେଠାରେ ଚଢ଼ାଉ କରିଥିଲା । ପୋଲିସକୁ ଦେଖି ଅପରାଧୀମାନେ ଛତ୍ରଭଙ୍ଗ ଦେବା ସହ ପୋଲିସ ଉପରକୁ ଗୁଳି ଚଳାଇବାକୁ ଚେଷ୍ଟା କରିଥିଲେ। ଆତ୍ମରକ୍ଷା ସହ ଅପରାଧୀକୁ କାବୁ କରିବା ପାଇଁ ପୋଲିସ ପକ୍ଷରୁ ମଧ୍ୟ ଗୁଳି ଚାଳନା କରାଯାଇଥିଲା। ଏହି ଗୁଳି ବିନିମୟ ସମୟରେ ଏକ ଗୁଳି ଜୟ ଚୌହାନର ଡାହାଣ ଗୋଡ଼ରେ ବାଜିଥିଲା, ଯାହାଫଳରେ ସେ ସେଠାରେ ଟଳି ପଡ଼ିଥିଲା।

Leave a Reply

Your email address will not be published. Required fields are marked *