ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଜୁନିୟର ଆସିଷ୍ଟାଣ୍ଟ
ଭଦ୍ରକ: ୧୦ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଜୁନିୟର ଆସିଷ୍ଟାଣ୍ଟ । ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ ଜଣେ ବ୍ୟକ୍ତିଙ୍କୁ NOC ଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଆଜି ଶ୍ରୀକାନ୍ତ ଦାସ ତାଙ୍କ କାର୍ଯ୍ୟାଳୟରେ ଏହି ଲାଞ୍ଚ ଟଙ୍କା ନେଉଥିବାବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରିଥିଲା ।
ସୂଚନାଯୋଗ୍ୟ, ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳର ପ୍ରଶାନ୍ତ ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ ବିଦ୍ୟାଳୟର NOC ଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏନେଇ ପ୍ରଶାନ୍ତ ବାଲେଶ୍ୱର ଭିଜିଲାନ୍ସ ଏସପିଙ୍କ ନିକଟରେ ଅଭିଯୋଗ କରିଥିଲେ । ଭିଜିଲାନ୍ସ ଏସପିଙ୍କ ନିର୍ଦ୍ଦେଶ କ୍ରମେ ଆଜି ଏକ ସ୍ୱତନ୍ତ୍ର ଭିଜିଲାନ୍ସ ଟିମ ଭଦ୍ରକକୁ ଆସି ଜଗି ରହିଥିଲା । ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରିଥିଲା ।
