Screenshot 2026 06 17 155837

ପିଏମ୍ ସ୍ୱନିଧି ଯୋଜନା; ଷ୍ଟାମ୍ପ ଶୁଳ୍କ ଛାଡ଼ କଲେ ରାଜ୍ୟ ସରକାର

Spread the love

ଭୁବନେଶ୍ବର: ଷ୍ଟ୍ରିଟ୍ ଭେଣ୍ଡର(ରାସ୍ତାକଡ଼ ବ୍ୟବସାୟୀ )ମାନଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି । ପିଏମ୍ ସ୍ୱନିଧି (ପ୍ରଧାନମନ୍ତ୍ରୀ ଷ୍ଟ୍ରିଟ୍ ଭେଣ୍ଡର୍ସ ଆତ୍ମନିର୍ଭର ନିଧି) ଯୋଜନା ଅଧୀନରେ ମଞ୍ଜୁର ହୋଇଥିବା ସମସ୍ତ ତିନୋଟି ପର୍ଯ୍ୟାୟର ଋଣ ଉପରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଷ୍ଟାମ୍ପ ଡ୍ୟୁଟି ଛାଡ଼ କରିଛନ୍ତି। ହାଇପୋଥିକେସନ୍ ଚୁକ୍ତିପତ୍ର ଉପରେ ଲାଗୁଥିବା ଷ୍ଟାମ୍ପ ଶୁଳ୍କ ସମ୍ପୂର୍ଣ୍ଣ ଛାଡ଼ ହୋଇଛି ।

ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ହୋଇଥିବା ଏକ ଆଦେଶ ଅନୁଯାୟୀ, ପିଏମ୍ ସ୍ୱନିଧି ଯୋଜନାର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ଋଣ କିସ୍ତି ସମ୍ବନ୍ଧୀୟ ହାଇପୋଥିକେସନ୍ ଏଗ୍ରିମେଣ୍ଟଗୁଡ଼ିକ ଉପରେ ଷ୍ଟାମ୍ପ ଶୁଳ୍କ ଆଦାୟ କରାଯିବ ନାହିଁ । ଭାରତୀୟ ଷ୍ଟାମ୍ପ ଆଇନ, ୧୮୯୯ର ଧାରା ୯(୧)(କ) ଅନୁଯାୟୀ ପ୍ରଦତ୍ତ କ୍ଷମତା ବଳରେ ଏହି ନିଷ୍ପତ୍ତି ନିଆଯାଇଛି ।

ଏହି ପଦକ୍ଷେପ ଫଳରେ ରାସ୍ତାକଡ଼ ବ୍ୟବସାୟୀମାନଙ୍କର ଋଣ ନେବା ଖର୍ଚ୍ଚ କମିବା ସହ ଔପଚାରିକ ବ୍ୟାଙ୍କିଙ୍ଗ ବ୍ୟବସ୍ଥା ମାଧ୍ୟମରେ ସହଜରେ ଋଣ ପାଇବାର ସୁଯୋଗ ବଢ଼ିବ । ଏହା ଦ୍ୱାରା ଛୋଟ ବ୍ୟବସାୟୀମାନଙ୍କ ଜୀବିକାକୁ ଅଧିକ ସୁଦୃଢ଼ କରିବା ସହ ସେମାନଙ୍କ ଆର୍ଥିକ ସଶକ୍ତିକରଣରେ ସହାୟକ ହେବ ବୋଲି ଆଶା କରାଯାଉଛି ।

ସୂଚନାଥାଉକି, କୋଭିଡ୍-୧୯ ମହାମାରୀ ପରେ ପ୍ରଭାବିତ ରାସ୍ତାକଡ଼ ବ୍ୟବସାୟୀମାନଙ୍କୁ ପୁନର୍ବାସ ଓ ଆର୍ଥିକ ସହାୟତା ଯୋଗାଇବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ପିଏମ୍ ସ୍ୱନିଧି ଯୋଜନା ଆରମ୍ଭ କରିଥିଲେ ।

 

Leave a Reply

Your email address will not be published. Required fields are marked *