School close

ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ସ୍କୁଲ ବନ୍ଦ

Spread the love

ଭୁବନେଶ୍ବର: ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି ୪ ଜିଲ୍ଲାରେ ସ୍କୁଲ ଛୁଟି କରାଯାଇଛି । ଏଥିସହ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି । ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ସ୍କୁଲ ଛୁଟି ନିଷ୍ପତ୍ତି ଲାଗୁ କରାଯାଇଛି । ଏପରି ସ୍ଥିତିରେ ସମସ୍ତ ଅଙ୍ଗନବାଡି, ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିବ। ଲଗାଣ ବର୍ଷା ଯୋଗୁଁ ଅନେକ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ କିଛି ସ୍ଥାନରେ ବନ୍ୟା ଜଳ ରାସ୍ତା ଉପରେ ପ୍ରବାହିତ ହେଉଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । ଅଭିଭାବକମାନଙ୍କୁ ମଧ୍ୟ ପିଲାମାନଙ୍କୁ ଅନାବଶ୍ୟକ ଭାବେ ବାହାରକୁ ନ ପଠାଇବାକୁ ପରାମର୍ଶ ଦିଆଯାଇଛି । ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସଚେତନ ରହିବା ସହ ପ୍ରଶାସନର ପରାମର୍ଶ ମାନିବାକୁ କୁହାଯାଇଛି ।

Leave a Reply

Your email address will not be published. Required fields are marked *