Screenshot 2026 09 10 165808

UAE ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ୧୧ରେ ଓଡ଼ିଶା ନିବେଶ ସମ୍ମିଳନୀ

Spread the love

ଭୁବନେଶ୍ୱର : ଦୁବାଇରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା। ୟୁଏଇର କ୍ୟାବିନେଟ୍ ସଦସ୍ୟ ତଥା ଅର୍ଥନୀତି ଓ ପର୍ଯ୍ୟଟନ ମନ୍ତ୍ରୀ ଏବଂ କାଉନସିଲ୍ ଅଫ୍ ଇଣ୍ଟରନ୍ୟାସନାଲ୍ ଇନଭେଷ୍ଟମେଣ୍ଟସ୍ ର ଅଧ୍ୟକ୍ଷ ଅବଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ବୈଠକରେ ଓଡ଼ିଶା ଓ ୟୁଏଇ ମଧ୍ୟରେ ଅର୍ଥନୈତିକ ଓ ନିବେଶ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ସହ ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା ହୋଇଥିଲା। ମୁଖ୍ୟମନ୍ତ୍ରୀ ଓଡ଼ିଶାର ଅନୁକୂଳ ବ୍ୟବସାୟିକ ପରିବେଶ, ସୁଦୃଢ଼ ଶିଳ୍ପ ଭିତ୍ତିଭୂମି ଏବଂ ବିଭିନ୍ନ ପ୍ରମୁଖ କ୍ଷେତ୍ରରେ ରହିଥିବା ନିବେଶ ସୁଯୋଗ ସମ୍ପର୍କରେ ଅବଗତ କରାଇବା ସହ ୟୁଏଇର ନିବେଶକମାନଙ୍କୁ ଓଡ଼ିଶାରେ ନିବେଶ ପାଇଁ ଆମନ୍ତ୍ରଣ ଜଣାଇଥିଲେ। ତିନିଦିନିଆ ଗସ୍ତରେ ମୁଖ୍ୟମନ୍ତ୍ରୀ ସମୁଦାୟ ୩୦ଟି ମିଟିଂ, ୪ ରାଉଣ୍ଡଟେବୁଲ ବୈଠକ ଓ ୩ଟି ଫିଲଡ ଭିଜିଟ କରିବେ। ୧୧ରେ ରହିଛି ମୋହନଙ୍କ ଓଡ଼ିଶା ନିବେଶ ସମ୍ମିଳନୀ।

Leave a Reply

Your email address will not be published. Required fields are marked *