WhatsApp Image 2026 10 25 at 15.48.55 1024x534

’ଅର୍ଣ୍ଣବ’ ପାଇଁ ଗଞ୍ଜାମ ଜିଲ୍ଲା ସର୍ବାଧିକ ପ୍ରଭାବିତ: ମନ୍ତ୍ରୀ ସୁରେଶ ପୂଜାରୀ

Spread the love

ଗଞ୍ଜାମ: ବନ୍ୟାରେ ଗଞ୍ଜାମ ଜିଲ୍ଲା ବେଶୀ ପ୍ରଭାବିତ ହୋଇଛି ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଗମ୍ଭୀର ରୂପ ନେଇଥିବାବେଳେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟକୁ ଜୋରଦାର କରାଯାଇଛି। ପ୍ରଭାବିତ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି।

ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଗଞ୍ଜାମ ଜିଲ୍ଲାର ୨୨ଟି ବ୍ଲକ୍‌ର ୨୦୮ଟି ପଞ୍ଚାୟତ ବନ୍ୟାରେ ପ୍ରଭାବିତ ହୋଇଛି। ସେହିପରି ୧୮ଟି ସହରାଞ୍ଚଳର ୫୬ଟି ୱାର୍ଡ ପ୍ରଭାବିତ ହୋଇଥିବାବେଳେ ଜିଲ୍ଲାର ପ୍ରାୟ ୪୨ ହଜାର ୫୦୦ ଲୋକ ବନ୍ୟାରେ ପ୍ରଭାବିତ ହୋଇଛନ୍ତି। ଏଥିସହ ୨୨ଟି ଗାଁ ଜଳବନ୍ଦୀ ଅବସ୍ଥାରେ ରହିଥିବା ସେ କହିଛନ୍ତି।

ବନ୍ୟା ପରିସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ଓଡ୍ରାଫ୍, ଏନ୍‌ଡିଆରଏଫ୍‌ ଓ ଅଗ୍ନିଶମ ବାହିନୀର ଟିମ୍‌ ସଂଖ୍ୟା ବୃଦ୍ଧି କରାଯାଇଛି। ବର୍ତ୍ତମାନ ୫୨ଟି ଓଡ୍ରାଫ୍ ଟିମ୍‌, ୫ଟି ଏନ୍‌ଡିଆରଏଫ୍ ଟିମ୍‌ ଓ ୪୫ଟି ଅଗ୍ନିଶମ ଟିମ୍‌ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଏହା ସହିତ ସରକାରଙ୍କ ୧୬ଟି ବୋଟ୍‌ ଓ ୨୫ଟି ଘରୋଇ ବୋଟ୍‌ ମଧ୍ୟ ଉଦ୍ଧାର କାର୍ଯ୍ୟରେ ଲାଗିଛି।

ବନ୍ୟା ପ୍ରଭାବିତ ଅଞ୍ଚଳରେ ଫସିଥିବା ଲୋକଙ୍କୁ ଉଦ୍ଧାର କରିବା ସହ ରିଲିଫ୍‌ ଓ ଆବଶ୍ୟକୀୟ ସହାୟତା ଯୋଗାଇଦେବା ଉପରେ ପ୍ରଶାସନ ଗୁରୁତ୍ୱ ଦେଉଛି। ପରିସ୍ଥିତି ଉପରେ ନଜର ରଖାଯାଇଥିବାବେଳେ ଉଦ୍ଧାରକାରୀ ଦଳଗୁଡ଼ିକୁ ସଜାଗ ରଖାଯାଇଛି।

Leave a Reply

Your email address will not be published. Required fields are marked *