ସମ୍ଭାବ୍ୟ ବାତ୍ୟା ‘ମୁରାସୁ’ର ଆଶଙ୍କାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଲୋକଙ୍କ ଜୀବନ ସୁରକ୍ଷାକୁ ପ୍ରାଥମିକତା ଦେଇ ନବରତ୍ନପୁର ଗ୍ରାମର ସମସ୍ତ ଗ୍ରାମବାସୀଙ୍କୁ ସ୍ୱତନ୍ତ୍ର ବସ୍ ଯୋଗେ ସୁରକ୍ଷିତ ଭାବେ ଆସିକା ମଙ୍ଗଳପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରସ୍ତୁତ କରାଯାଇଥିବା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଉଛି। ପ୍ରଶାସନିକ ଟିମ୍ କ୍ଷେତ୍ରସ୍ତରରେ ଉପସ୍ଥିତ ରହି ଉଦ୍ଧାର ଓ ସ୍ଥାନାନ୍ତରଣ କାର୍ଯ୍ୟକୁ ତ୍ୱରାନ୍ୱିତ କରୁଛନ୍ତି।