ଝାଡ଼ଖଣ୍ଡର ଖୁଣ୍ଟିରେ ର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୭ ମୃତ, ୨ ଗୁରୁତର
ରାଞ୍ଚି: ଝାଡ଼ଖଣ୍ଡର ଖୁଣ୍ଟି ଜିଲ୍ଲାର କର୍ରା ଥାନା ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଭୟଙ୍କର ସଡ଼କ ଦୁର୍ଘଟଣାରେ ୪ ଜଣ ମହିଳା ଓ ୩ ଶିଶୁଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଦୁଇ ଜଣ ଗମ୍ଭୀର ଭାବେ ଆହତ ହୋଇଛନ୍ତି। ଗୁରୁବାର ବିଳମ୍ବିତ ରାତି ପ୍ରାୟ ୧୦:୧୫ ସମୟରେ କର୍ରା-ତୋରପା ମୁଖ୍ୟ ରାସ୍ତାର ଜୋନେ-ଲୁଦ୍ରୁ ମୋଡ଼ ନିକଟରେ ଏହି ଦୁର୍ଘଟଣା ଘଟିଛି।
