Toilet Clean

ଛାତ୍ରଛାତ୍ରୀଙ୍କୁ ଶୌଚାଳୟ ସଫା କରାଇବା ନେଇ ବିଦ୍ୟାଳୟରେ ତାଲା ପକାଇ ପ୍ରତିବାଦ କଲେ ଅଭିଭାବକ

Spread the love

ମୟୂରଭଞ୍ଜ: ସ୍କୁଲରେ ଛାତ୍ରଛାତ୍ରୀଙ୍କୁ ଶୌଚାଳୟ ସଫା କରିବାକୁ ବାଧ୍ୟ କରାଯାଉଥିବା ଅଭିଯୋଗ । ଏହାକୁ ନେଇ ତାତିଲେ ଅଭିଭାବକ ଓ ଗାଁଲୋକ । ବିଦ୍ୟାଳୟରେ ତାଲା ପକାଇ ପ୍ରତିବାଦ କରିଛନ୍ତି । ମୟୂରଭଞ୍ଜ ଜିଲ୍ଲା ଶ୍ୟାମାଖୁଣ୍ଟା ବ୍ଲକ ଚିପଟଅସ୍ତିଆ ସ୍ଥିତ ସରକାରୀ ଉ.ପ୍ରା. ବିଦ୍ୟାଳୟରୁ ଆସିଛି ଏଭଳି ସଙ୍ଗୀନ ଅଭିଯୋଗ। ପ୍ରତି ଶନିବାର ଦିନ ପ୍ରଧାନଶିକ୍ଷୟିତ୍ରୀ ଛାତ୍ରଛାତ୍ରୀଙ୍କୁ ପାଇଖାନା ସଫା କରିବାକୁ ବାଧ୍ୟ କରୁଥିଲେ ବୋଲି ଅଭିଯୋଗ କରିଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ ।

ଯାହାକୁ ନେଇ ଅଭିଭାବକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିବା ବେଳେ ସ୍କୁଲ ଗେଟରେ ତାଲା ପକାଇଦେଇଥିଲେ । ଏହି ଘଟଣାର ତୁରନ୍ତ ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି । ଅନ୍ୟପଟେ ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି ପ୍ରଧାନଶିକ୍ଷୟିତ୍ରୀ ।

ଏଭଳି ଘଟଣା ଛାତ୍ରଛାତ୍ରୀଙ୍କ ସମ୍ମାନ ଓ ଶିକ୍ଷା ପରିବେଶକୁ ନେଇ ଅନେକ ପ୍ରଶ୍ନ ଉଠାଇଛି । ଘଟଣାର ନିରପେକ୍ଷ ତଦନ୍ତ କରାଯାଇ ସତ୍ୟାସତ୍ୟ ସାମ୍ନାକୁ ଆଣିବା ସହ ଯଦି କେହି ଦୋଷୀ ପ୍ରମାଣିତ ହୁଅନ୍ତି, ତେବେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି । ଅନ୍ୟପଟେ, ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଏହି ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି ସମ୍ପୃକ୍ତ ପ୍ରଧାନଶିକ୍ଷୟିତ୍ରୀ। ତେବେ ପ୍ରକୃତରେ ବିଦ୍ୟାଳୟରେ କ’ଣ ଘଟୁଥିଲା, ତାହା ତଦନ୍ତ ପରେ ହିଁ ସ୍ପଷ୍ଟ ହେବ ।

Leave a Reply

Your email address will not be published. Required fields are marked *