କରମଣ୍ଡଳ ଏକ୍ସପ୍ରେସ୍‌ ଦୁର୍ଘଟଣା: ଅନେକ ଯାତ୍ରୀ ମୃତାହତ ଆଶଙ୍କା; ଉଦ୍ଧାର କାର୍ଯ୍ୟ ଆରମ୍ଭ, ହେଲ୍‌ପଲାଇନ୍‌ ନମ୍ବର ଜାରି

Spread the love

ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ବାହାନଗା ‌ରେଳ ଷ୍ଟେସନ ନିକଟରେ ଆଜି ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ୍‌ ଟ୍ରେନ୍‌ (୧୨୮୪୧-ଅପ୍‌) ଦୁର୍ଘଟଣାରେ ଅନେକ ଯାତ୍ରୀ ମୃତାହତ ହୋଇଥିବା ସୂଚନା ରହିଛି। ଏହି ଦୁର୍ଘଟଣାରେ ଶତାଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ଗୁରୁତର ହୋଇଛନ୍ତି। ଆହତ ଏବଂ ଗୁରୁତରମାନଙ୍କୁ ଉଦ୍ଧାର କରାଯାଇ ବାହାନଗା, ସୋର ଓ ବାଲେଶ୍ବର ଡାକ୍ତରଖାନାକୁ ଆମ୍ବୁଲାନ୍ସ ମାଧ୍ୟମରେ ନିଆଯାଉଛି। ସ୍ଥାନୀୟ ଲୋକଙ୍କର ସହାୟତରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଘଟଣାସ୍ଥଳକୁ ଏନ୍‌ଡିଆରଏଫ୍‌ ଓ ଓଡ୍ରାଫ୍‌ ଟିମ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।

ଦୁର୍ଘଟଣାସ୍ଥଳରେ ଗୁରୁତର ଯାତ୍ରୀଙ୍କୁ ଉଦ୍ଧାର କରିବା ପାଇଁ ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ହୋଇଥିବା ବେଳେ ହେଲ୍‌ପଲାଇନ୍‌ ନମ୍ବର ଜାରି ହୋଇଛି। ରେଳବାଇ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଦୁର୍ଘଟଣାରେ ପୀଡିତ ପରିବାର ଲୋକଙ୍କ ପାଇଁ ହେଲ୍‌ପଲାଇନ୍‌ ନମ୍ବର ଜାରି କରାଯାଇଛି।

ହାୱଡା ହେଲ୍‌ପଲାଇନ୍‌ ନମ୍ବର ୦୩୩-୨୬୩୮୨୨୧୭,

ଖଡ଼ଗପୁର ହେଲ୍‌ପଲାଇନ୍‌ ନମ୍ବର ୮୯୭୨୦୭୩୯୨୫ ଓ ୯୩୩୨୩୯୨୩୩୯,

ବାଲେଶ୍ବର ହେଲ୍‌ପଲାଇନ୍‌ ନମ୍ବର ୮୨୪୯୫୯୧୫୫୯ ଓ ୭୯୭୮୪୧୮୩୨୨ 

ଶାଲିମାର ହେଲ୍‌ପଲାଇନ୍‌ ନମ୍ବର ୯୯୦୩୩୭୦୭୪୬।

Leave a Reply

Your email address will not be published. Required fields are marked *