ମୁମ୍ବାଇ-ଗୋଆ ବନ୍ଦେ ଭାରତ ଟ୍ରେନ ଉଦ୍ଘାଟନ ସ୍ଥଗିତ
ଓଡିଶା ବାଲେଶ୍ୱରର ବାହାନଗାରେ ଟ୍ରେନ ଦୁର୍ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଆଉ ଏଭଳି ଦୁର୍ଘଟଣା ଯୋଗୁଁ ଆଜି ହେବାକୁ ଥିବା ମୁମ୍ବାଇ-ଗୋଆ ବନ୍ଦେ ଭାରତ ଟ୍ରେନର ଉଦ୍ଘାଟନକୁ ବାତିଲ କରିଦିଆଯାଇଛି । ଏଭଳି ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀ ମୋଦି କାର୍ଯ୍ୟକ୍ରମକୁ ବାତିଲ କରିଦିଆଯାଇଛି । ଟ୍ରେନ ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୨୩୮ ଲୋକ ମୃତ୍ୟୁବରଣ କରିସାରିଲେଣି । ୯୦୦ରୁ ଅଧିକ ଆହତ ହୋଇଛନ୍ତି । ଆଗକୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇପାରେ ।
ତେବେ ଏଭଳି ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ କାର୍ଯ୍ୟକ୍ରମକୁ ବାତିଲ କରିଛନ୍ତି । ମୋଦି ମୁମ୍ବାଇ-ଗୋଆ ପାଇଁ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଉଦ୍ଘାଟନ କରିବାର ଥିଲା । ଯାହାକୁ ସ୍ଥଗିତ କରିଦିଆଯାଇଛି । ଟ୍ରେନ ଦୁର୍ଘଟଣାରେ ମୋଦି ଦୁଃଖ ପ୍ରକାଶ କରିବା ସହିତ ସମୀକ୍ଷା ବୈଠକ ଡକାଇଛନ୍ତି ।
ଏହି ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି । ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଦିଆଯିବାକୁ ଘୋଷଣା ହୋଇଛି ।
ସୂଚନାଯୋଗ୍ୟ, ବାହାନଗା ଷ୍ଟେଶନ ନିକଟ ଦେଇ ହାୱଡାରୁ ଚେନ୍ନାଇ ଆସୁଥିବା କରମଣ୍ଡଳ ଏକ୍ସପ୍ରେସ୍ ପାସ୍ କରୁଥିବା ବେଳେ କୌଣସି କାରଣରୁ ଏହା ଲାଇନ୍ ଚ୍ୟୁତ୍ ହୋଇ ପାଖରେ ଅନ୍ୟ ଲାଇନ୍ରେ ଠିଆ ହୋଇଥିବା ଦୁଇଟି ମାଲଗାଡ଼ି ସହ ଧକ୍କା ହୋଇଥିଲା। ଠିକ୍ ଏହି ସମୟରେ ଅନ୍ୟ ଏକ ଲାଇନ୍ ଦେଇ ଯଶବନ୍ତପୁର-ହାୱାଡ଼ା ସୁପରଫାଷ୍ଟ ଏକ୍ସପ୍ରେସ୍ର ଦୃତଗତିରେ ପାସ୍ କରୁଥିଲା। ଏହି ଟ୍ରେନ୍ ଲାଇନ୍ ଉପରେ ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସ୍ର ବଗି ପଡ଼ିବାରୁ ଯଶବନ୍ତପୁର-ହାୱାଡା ସୁପରଫାଷ୍ଟ ଏକ୍ସପ୍ରେସ୍ ମଧ୍ୟ ଦୁର୍ଘଟଣାର ଶିକାର ହୋଇଥିଲା।