ରେଳ ଦୁର୍ଘଟଣା: ଆନ୍ଧ୍ର ପ୍ରଦେଶ ସରକାରଙ୍କ ସହାୟତା ଘୋଷଣା, ମୃତକଙ୍କ ପରିଜନଙ୍କୁ ୧୦ ଲକ୍ଷ ଅନୁକମ୍ପା ରାଶି
ଓଡ଼ିଶାରେ ହୋଇଥିବା ଭୟଙ୍କର ଟ୍ରେନ୍ ଦୁର୍ଘଟଣାରେ ୨୭୫ ଜଣ ପ୍ରାଣ ହରାଇଛନ୍ତି ଏବଂ ପାଖାପାଖି ୧ ହଜାରରୁ ଅଧିକ ଲୋକ ଆହତ ହୋଇଛନ୍ତି। ସମସ୍ତ ମୃତକ ଓ ଆହତଙ୍କ ପାଇଁ ପିଏମ୍ଓ (PMO) ଏବଂ ରେଳ ମନ୍ତ୍ରଣାଳୟ ପକ୍ଷରୁ ସହାୟତା ଘୋଷଣା କରାଯାଇଛି। ଏହାରି ଭିତରେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ଵାଇଏସ୍ ଜଗନ୍ ମୋହନ ରେଡ୍ଡୀ ମଧ୍ୟ ସହାୟତା ଘୋଷଣା କରିଛନ୍ତି। ସରକାରଙ୍କ ତରଫରୁ ମୃତକଙ୍କ ପରିଜନଙ୍କୁ ୧୦ ଲକ୍ଷ ଅନୁକମ୍ପା ରାଶି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।
ଟ୍ରେନ୍ ଦୁର୍ଘଟଣାରେ ପୀଡିତଙ୍କ ପାଇଁ ଆନ୍ଧ୍ର ପ୍ରଦେଶ ସରକାରଙ୍କ ତରଫରୁ ସହାୟତା ଘୋଷଣା କରାଯାଇଛି। ସିଏମଓ ପକ୍ଷରୁ କୁହାଯାଇଛି କି, ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାରଙ୍କୁ ପ୍ରତ୍ୟେକ ୧୦ ଲକ୍ଷ ଟଙ୍କା, ଗୁରୁତର ଆହତଙ୍କୁ ୫ ଲକ୍ଷ ଟଙ୍କା ଏବଂ ସାମାନ୍ୟ ଆହତଙ୍କୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ।
ମୃତକ ଓ ଆହତମାନଙ୍କୁ PMO ଏବଂ ରେଳ ମନ୍ତ୍ରଣାଳୟ ପକ୍ଷରୁ ସହାୟତା ଘୋଷଣା କରାଯାଇଛି। PMO ତରଫରୁ ମୃତକଙ୍କ ପରିବାରଙ୍କୁ ପ୍ରତ୍ୟେକ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦ ହଜାର ଟଙ୍କା ଦିଆଯିବ।