ମହାପ୍ରଭୁଙ୍କ ବନକଲାଗି ନୀତି ବିବାଦ: ସମାଧାନ ପାଇଁ ଜୁଲାଇ ୨୮ରେ ବସିବ ନୀତି ସବ୍‌କମିଟି ବୈଠକ

Spread the love

ପୁରୀ: ମହାପ୍ରଭୁଙ୍କ ବନକଲାଗି ପ୍ରସଙ୍ଗରେ ଜୁଲାଇ ୨୮ (ଶୁକ୍ରବାର) ନୀତି ସବକମିଟି ବୈଠକ ହେବ। ବୈଠକରେ ବନକଲାଗି ନେଇ ବଡ଼ ନିଷ୍ପତ୍ତି ଆସିବାର ସମ୍ଭାବନା ରହିଛି। ସେପଟେ ଆସନ୍ତା ବୁଧବାର ବନକଲାଗି କରିବାକୁ ଦତମହାପାତ୍ର ସେବକ ଲିଖିତ ପ୍ରତିଶ୍ରୁତି ଦେଲେ, ବନକଲାଗି ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ରଞ୍ଜନ କୁମାର ଦାସ । ତେବେ ମହାପ୍ରଭୁଙ୍କ ବନକଲାଗି କିପରି ହୁଏ, କେଉଁଦିନ ହୁଏ, କେଉଁମାନେ କରନ୍ତି, ଶ୍ରୀମନ୍ଦିର ସତ୍ୱଲିପି ଓ ବାମସଂହିତାରେ ସ୍ପଷ୍ଟ ଉଲ୍ଲେଖ ରହିଛି ।
ଶ୍ରୀଜିଉଙ୍କ ବନକଲାଗି
କ’ଣ ରହିଛି ନୀତି ନିୟମ?
– ପ୍ରତି ବୁଧବାର କିମ୍ବା ଗୁରୁବାର ଦ୍ୱିପହର ଧୂପ ପରେ ବନକଲାଗି ନୀତି ହେବାର ବିଧି
– ଶ୍ରୀମନ୍ଦିର ସତ୍ତ୍ୱଲିପିର ୪୫ ନମ୍ବର ପୃଷ୍ଠାରେ ଉଲ୍ଲେଖ ରହିଛି
– ନୀତି ପାଇଁ ରତ୍ନଭଣ୍ଡାରରୁ ରୁପା ପିଙ୍ଗଣ ଓ ରୁପା ଷଢେଇ ଯୋଗାଇ ଦିଆଯାଏ
– ଚାଙ୍ଗଡା ମେକାପ ୩ ଖଣ୍ଡ ଶ୍ରୀକପଡା ଦିଅନ୍ତି
– ରାଜାଙ୍କ ସୁପରିଟେଣ୍ଡେଂଟଙ୍କ ତରଫରୁ ସାମଗ୍ରୀ ଯୋଗାଇ ଦିଆଯାଏ
– ହିଙ୍ଗୁଳ, ହରିତାଳ, ଶଙ୍ଖ ୬ ଭରି ଲେଖାଏଁ, କେଶର ଓ କର୍ପୁର ଯୋଗାଇ ଦିଅନ୍ତି
– ମହାସ୍ନାନ ପାଇଁ ପଂଚାମୃତ ଯୋଗାଇ ଦିଆଯାଇଥାଏ
– ୭ ପ୍ରକାର ସେବକ ବନକଲାଗି ସେବା ସମ୍ପାଦନ କରିଥାନ୍ତି
– ପାଳିଆ ଖଂଟୁଆ, ଗରାବଡୁ, ୩ ଜଣ ପାଳିଆ ପୁଷ୍ପାଳକ ସେବା କରିଥାନ୍ତି
– ଚାଙ୍ଗଡା ମେକାପ, ୩ ଜଣ ଦତ୍ତ ମହାପାତ୍ର, ମୁଦୁଲି ଓ ପୂଜାପଣ୍ଡା ସେବା କରନ୍ତି
– ଧୋପଖଳା ହେବା ପରେ ପାଳିଆ ଖୁଂଟିଆ ୩ ଜଣ ପାଳିଆ ପୁଷ୍ପାଳକଙ୍କୁ ମଇଲମ ପାଇଁ ଡାକନ୍ତି
– ପୁଷ୍ପାଳକ ସିଂହାସନକୁ ଉଠି ଗରାବଡୁଙ୍କଠାରୁ ହାତ ଧୋଇବାକୁ ପାଣି ନେଇ ମଇଲମ କରନ୍ତି
– ଚାଙ୍ଗଡା ମେକାପ ତିନି ବାଡରେ ତଡ଼ପ ଯୋଗାଇ ଦେଇଥାନ୍ତି
– ମଇଲମ ପରେ ପାଳିଆ ଖୁଂଟିଆମାନେ ମାଳ ଫୁଲ ଯୋଗାଇ ଦେଇଥାନ୍ତି
– ଏହା ତିନି ବାଡରେ ଲାଗି ହେବା ପରେ କର୍ପୁର ଲାଗି କରାଯାଇଥାଏ
– ପୁଷ୍ପାଳକମାନେ ସିଂହାସନ ତଳକୁ ଓହ୍ଲାଇ କର୍ପୁର ଆଳତି କରିଥାନ୍ତି
– ଏହା ପରେ ପାଳିଆ ପଢିଆରୀ ଜୟ ବିଜୟ ଦ୍ୱାର ବନ୍ଦ କରିଥାନ୍ତି
– ଦତ୍ତ ମହାପାତ୍ର ସେବକ ବନକ ବାଟି ରୁପା ଷଢେଇରେ ରଖିଥାନ୍ତି
– ୩ ଜଣ ଦତ୍ତ ସେବକ ବନକ ପେଡାରେ ବନକ ରଖି ବେହେରଣ ଦ୍ୱାର ଦେଇ ସିଂହାସନ ଉପରକୁ ଉଠନ୍ତି
– ଗରାବଡୁଙ୍କଠାରୁ ହାତୁଆଣି ନେଇ ବନକଲାଗି ଆରମ୍ଭ ହୋଇଥାଏ
– ପ୍ରାୟ ୨ ଘଂଟା ଧରି ବନକଲାଗି କରି ରତ୍ନ ସିଂହାସନରୁ ଓହ୍ଲାଇ ଆସନ୍ତି ଦତ୍ତ ସେବକ
– ଏହା ପରେ ପାଳିଆ ମେକାପ ରତ୍ନ ସିଂହାସନକୁ ଖୋଇଥାନ୍ତି

Leave a Reply

Your email address will not be published. Required fields are marked *