ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ, ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Spread the love

ଭୁବନେଶ୍ବର : ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ହେଉଛି ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ। ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ନିଜ ସମ୍ବୋଧନରେ ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ଆଜି ଭାରତ ବିଶ୍ୱର ଏକ ପ୍ରମୁଖ ଶକ୍ତି ଭାବରେ ନିଜକୁ ପ୍ରତିଷ୍ଠା କରିପାରିଛି । ବିଭିନ୍ନ କ୍ଷେତ୍ରରେ ଆମର ଆତ୍ମ ବିଶ୍ୱାସ ବୃଦ୍ଧି କରିଛି । ଚନ୍ଦ୍ରଯାନ-୩ ସ୍ପେସ ରିସର୍ଚ୍ଚ କ୍ଷେତ୍ରରେ ଭାରତର ଗୌରବ ବୃଦ୍ଧି କରିଛି । ଓଡିଶା ଆଜି ରୁପାନ୍ତର ଯୁଗରେ ପହଞ୍ଚିଛି । କୃଷି, ଶିକ୍ଷା, ସ୍ବାସ୍ଥ୍ୟ, , ଶିଳ୍ପ, ଗବେଷଣା ଆଦି ବିଭିନ୍ନ କ୍ଷେତ୍ରରେ ଭାରତ ଆଜି ଆଗୁଆ ଦେଶ ସହ ପ୍ରତିଯୋଗିତା କରୁଛି । ଆଉ ଓଡ଼ିଶା ମଧ୍ୟ ଦେଶର ବିକାଶ ସହ ତାଳ ଦେଇ ଆଗେଇ ଚାଲିଛି । ଓଡିଶାର ଅର୍ଥନୀତି ଏବେ ମଜବୁତ ହୋଇଛି । ଓଡିଶାରୁ ଗରିବୀ କମିଛି । ଓଡିଶାକୁ ଏବେ ଲକ୍ଷ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆସୁଛି ।

ସେପଟେ ରାଜ୍ୟସ୍ତରୀୟ ପରେଡରେ SSB, OSAP, ଓଡ୍ରାଫ, ରାଜ୍ୟ ପୋଲିସ ବ୍ୟାଣ୍ଡ ସହିତ ଛତିଶଗଡ଼ ପୋଲିସର ଏକ ଟିମ୍ ସାମିଲ ହୋଇଛନ୍ତି । ପରେଡର ନେତୃତ୍ୱ ନେଇଛନ୍ତି ଆଇପିଏସ୍ ଅଙ୍କିତ ବର୍ମା । ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଲାଗି ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ରକ୍ଷା ଦାୟିତ୍ୱରେ ମୋଟ ୧୫ ପ୍ଲାଟୁନ ପୋଲିସ ଫୋର୍ସ ଏବଂ ୧୦୦ ଜଣ ଅଫିସର ମୁତୟନ ‌ଅଛନ୍ତି ।

Leave a Reply

Your email address will not be published. Required fields are marked *