ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବଢିବ ବର୍ଷା, ୧୪ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ

Spread the love

bars

ଆଗାମୀ ୨ଦିନ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି। ୭ତାରିଖରେ ଯାଏ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଉତ୍ତର-ପୂର୍ବ ବଙ୍ଗୋପସାରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଆଭ୍ୟନ୍ତରୀଣ ଓଡ଼ିଶା ଉପର ବାୟୁମଣ୍ଡଳର ୪.୫ କିଲୋମିଟରରୁ ୫.୮ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପରେ ପରିଣତ ହେବ ।

ପ୍ରଭାବରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ହେବ। ଆଜି ଉପକୂଳ ଓଡ଼ିଶା ସମେତ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ୭ ତାରିଖ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ। ୩ ଏବଂ ୪ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡଘଡି ଜନିତ ବର୍ଷା ସମ୍ଭାବନା ରହିଛି।


Post Views: 8

Leave a Reply

Your email address will not be published. Required fields are marked *