ସାତକୋଶିଆ ଅଭୟାରଣ୍ୟରୁ ୨ ହାତୀର ମୃତଦେହ ଉଦ୍ଧାର

Spread the love

ଅନୁଗୁଳ: ସାତକୋଶିଆ ବନ୍ୟପ୍ରାଣୀ ଅଭୟାରଣ୍ୟରୁ ୨ଟି ହାତୀର ମୃତଦେହ ଉଦ୍ଧାର କରାଯାଇଛି। ଆଜି ସକାଳେ ସାତକୋଶିଆ ଅଭୟାରଣ୍ୟର ଜଗନ୍ନାଥପୁର ଗାଁ ନିକଟ ଜଙ୍ଗଲରେ ହାତୀ ଦୁଇଟିର ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏହା ଦେଖି ତୁରନ୍ତ ବନ ବିଭାଗକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ।

ସୂଚନା ପାଇବା ପରେ ବନ ବିଭାଗର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତେବେ ହାତୀ ଦୁଇଟିର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ି ନାହିଁ। ଅନ୍ୟପଟେ ଏକ ଡାକ୍ତରୀ ଦଳ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛନ୍ତି। ହାତୀ ଦୁଇଟି ଖାଦ୍ୟ ଅନ୍ୱେଷଣରେ ଆସିଥିବା ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସେମାନଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ହେଲେ ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ।

Leave a Reply

Your email address will not be published. Required fields are marked *