ଆଗାମୀ ୪ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା

Spread the love

rain

ବଙ୍ଗୋପସାଗରରେ ଲଘୁଚାପ। ଗତକାଲି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟାରେଏହା ୱେଲମାର୍କଡ ଲୋ ପ୍ରେସରରେ ପରିଣତ ହେବ। ୩ଦିନ ମଧ୍ୟରେ ଏହା ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ମୁହାଁ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ପ୍ରଭାବରେ ଆଗାମୀ ୪ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଗାମୀ ୨୪ ଘଣ୍ଟାରେ ଅତିପ୍ରବଳ ବର୍ଷା ନେଇ ୫ ଜିଲ୍ଲା କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିରକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାମାନଙ୍କରେ ୭ରୁ ୨୦ ସେମି ବର୍ଷାର ସମ୍ଭାବନା ରହିଛି। ଏହି ଜିଲ୍ଲାମାନଙ୍କ ତଳିଆ ଅଞ୍ଚଳରେ ପାଣିଜମିବାର ଆଶଙ୍କା ରହିଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସହ କଚ୍ଚାରାସ୍ତା ଓ କଚ୍ଚା ଘର କ୍ଷତିଗ୍ରସ୍ତ ହେବାର ମଧ୍ୟ ସମ୍ଭାବନା ରହିଛି। ସେହିପରି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆସନ୍ତା କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୫ତାରିଖରେ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। … ଚଳିତ ମୌସୁମୀ ଋତୁରେ ଏଯାଏ ରାଜ୍ୟରେ ୯୨୭. ୮ ମିମି ବର୍ଷା ରେକର୍ଡ ହୋଇଛି। ଏହି ସମୟରେ ସ୍ବାଭାବିକ ବୃଷ୍ଟିପାତ ୧୦୩୭.୩ ମିମି ତୁଳନାରେ ୧୧ ପ୍ରତିଶତ କମ୍ । ୯ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୨୧ଟି ଜିଲ୍ଲାରେ ସ୍ବାଭାବିକ ବୃଷ୍ଟିପାତ ହୋଇଛି।

Leave a Reply

Your email address will not be published. Required fields are marked *