ଭିଜିଲାନ୍ସ ଜାଲରେ ପଞ୍ଚାୟତ GRS, ନେଉଥିଲେ ୪ ହଜାର ଟଙ୍କା ଲାଞ୍ଚ
ଲାଞ୍ଚ ନ ଦେଇ ବାରମ୍ବାର ଦୌଡ଼ିବା ସତ୍ୱେ ତାଙ୍କ ବିଲ ପାସ ହେଉନଥିଲା । ବାଧ୍ୟ ହୋଇ ସେ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ । ଆଜି ଭିଜିଲାନ୍ସ ବିଭାଗର ଯୋଜନା ମୂତାବକ ୪ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଯଦୁମଣି ମାଝୀ କୁ ଭିଜିଲାନ୍ସ ବିଭାଗ କାବୁ କରିଥିଲା । ତାଙ୍କ ନିକଟରୁ ଲାଞ୍ଚ ଟଙ୍କା ଜବତ କରାଯାଇଛି । ତାଙ୍କ ବାସଭବନରେ ମଧ୍ୟ ଭିଜିଲାନ୍ସ ବିଭାଗ ରେଡ଼ କରୁଛି ।