୧୫ ତାରିଖ ଠାରୁ ରାଜ୍ୟରେ ବର୍ଷାର ସମ୍ଭାବନା

Spread the love

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହି ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ, ଏହା ବାତ୍ୟା ରୂପ ନେବାର ସମ୍ଭାବନା ନାହିଁ।
ଲଘୁଚାପଟି ପଶ୍ଚିମ- ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ୧୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଅବପାତଟି ବାତ୍ୟାରେ ପରିଣତ ନହେଲେ ମଧ୍ୟ ଏହାର ପ୍ରଭାବରେ ୧୫ ତାରିଖ ଠାରୁ ରାଜ୍ୟରେ ପୁଣି ବର୍ଷାର ସମ୍ଭାବନା ରହିଛି। ୧୫ ଓ ୧୬ ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *