ତ୍ରୁଟି ମାନିଲେ ପରୀକ୍ଷା ନିୟନ୍ତ୍ରକ; ଯୁକ୍ତ ୨ ଫିଜିକ୍ସ ପିଲା ପାଇବେ ଗ୍ରେସମାର୍କ

Spread the love

ଭୁବନେଶ୍ୱର: ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଥିବା ସ୍ୱୀକାର କଲା ସିଏଚଏସଇ । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ କହିଛନ୍ତି, ଆଉଟ ଅଫ୍ ସିଲାବସ୍ ନୁହେଁ, ଚଏସ୍ ଡେଫିସିଟ୍ ରହିଛି । ରେଗୁଲାର ଓ ଏକ୍ସ ରେଗୁଲାର ସିଲାବସକୁ ନେଇ ପ୍ରଶ୍ନ ପ୍ରସ୍ତୁତ ହୋଇଥିଲା ।

ସେ ଆହୁରି କହିଛନ୍ତି, ‘ପ୍ରଶ୍ନପତ୍ରରେ ୧୯ ମାର୍କର ଚଏସ୍ ଡେଫିସିଟ୍ ସମସ୍ୟା ହୋଇଛି । ପିଲାଙ୍କୁ ୧୯ ମାର୍କର ଗ୍ରେସ୍ ମାର୍କ ମିଳିବ ନାହିଁ । କେବଳ ଯେଉଁ ପିଲା ସମ୍ପୃକ୍ତ ପ୍ରଶ୍ନର ଉତ୍ତର ଲେଖିଥିବେ ସେମାନଙ୍କୁ ଗ୍ରେସ୍ ମାର୍କ ମିଳିବ । କିନ୍ତୁ ଯେଉଁମାନେ ଉତ୍ତର ଆଟେଣ୍ଡ କରିନଥିବେ ସେମାନଙ୍କୁ ଗ୍ରେସ୍ ମାର୍କ ମିଳିବ ନାହିଁ । ତେଣୁ ସବୁ ପିଲାଙ୍କୁ ସମାନ ଗ୍ରେସ୍ ମାର୍କ ମିଳିବ ନାହିଁ’।

ପରୀକ୍ଷା ନିୟନ୍ତ୍ରକ ଆଶୋକ ନାୟକ କହିଛନ୍ତି, କେବଳ ଗୋଟିଏ ପ୍ରଶ୍ନ ରେଗୁଲାର ପିଲାଙ୍କ ସିଲାବସକୁ କଭର କରିନି। ସେହି ଏକ ମାର୍କ ପିଲା ନିଶ୍ଚିତ ପାଇବେ। କେଉଁଠି ତ୍ରୁଟି ରହିଲା ତଦନ୍ତ କରାଯାଇ ପଦକ୍ଷେପ ନିଆଯିବ। ଖୁବ୍ ଶୀଘ୍ର ଏକ୍ସପର୍ଟ କମିଟି ବସିବ। ଏକ୍ସପର୍ଟ କମିଟି ବସି ନିଷ୍ପତ୍ତି ନେବ।

ତେବେ ଯୁକ୍ତ ଦୁଇ ପରୀକ୍ଷାରେ ସିଲାବସ୍ ବାହାରୁ ପ୍ରଶ୍ନ ଆସିଥିବା ଅଭିଯୋଗ ହୋଇଥିଲା । ଗୋଟିଏ କି ଦୁଇଟି ନୁହେଁ, ଫିଜିକ୍ସରେ ସିଲାବସ୍ ବାହାରୁ ୨୭ ମାର୍କର ପ୍ରଶ୍ନ ଆସିଥିବା ଅଭିଯୋଗ ଆଣିଥିଲେ ଛାତ୍ରଛାତ୍ରୀ ।

Leave a Reply

Your email address will not be published. Required fields are marked *