Heatwave

ରଜରେ ଅଥୟ କରିବ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି!

Spread the love

ଭୁବନେଶ୍ବର : ଓଡ଼ିଶାର ଗଣପର୍ବ ରଜରେ ଅଥୟ କରିବ ତାତି। ତା’ ସାଙ୍ଗକୁ ପ୍ରବଳ ଗୁଳୁଗୁଳି ହେବାର ସମ୍ଭାବନା ରହିଛି। ସେଥିପାଇଁ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇପାରେ। ଏନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ କିନ୍ତୁ ଗ୍ରୀଷ୍ମ ପ୍ରବାହ ଓ ଗୁଳିଗୁଳି ଭିତରେ ଦକ୍ଷିର ଓଡ଼ିଶା ପାଇଁ ଆସିଛି ଭଲ ଖବର। ଦକ୍ଷିଣ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ଅର୍ଥାତ ଶୁକ୍ରବାର ବୌଦ୍ଧ, ସୋନପୁର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ଜାରି ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା,ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ଗୁଳୁଗୁଳି ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଦ୍ୱିତୀୟ ରଜ ଶନିବାର, ତୃତୀୟ ରଜ ରବିବାର ଓ ସୋମବାର ଉପକୂଳ ଓଡ଼ିଶାରେ ଗୁଳୁଗୁଳି ଅସମ୍ଭାଳ କରିବ। ଗୁଳୁଗୁଳି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ଗୁଳୁଗୁଳି ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେପଟେ ପ୍ରଥମ ରଜରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼,କେନ୍ଦୁଝର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଦ୍ୱିତୀୟ ରଜ ଅର୍ଥାତ ଶନିବାର ନବରଙ୍ଗପୁର, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାପରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷାସହ ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ। ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ତୃତୀୟ ରଜ ରବିବାର ଅନୁଗୋଳ, ଯାଜପୁର, କଟକ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସୋମବାର ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ମଙ୍ଗଳବାର ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ହୋଇପାରେ। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ଦେବଗଡ଼, ସମ୍ୱଲପୁର, ନୟାଗଡ଼, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ,ଢେଙ୍କାନାଳ, କଟକ,ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ। ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ମୋସୁମୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶ ମନୋରମା ମହାନ୍ତି କହିଛନ୍ତି, ମୌସୁମୀ ମାଲକାନଗିରି ଓ କୋରାପୁଟ ଜିଲ୍ଲାର କିଛି ଅଞ୍ଚଳକୁ ଛୁଇଁଛି। ଆଗାମୀ ୩ରୁ ୪ ଦିନ ଭିତରେ ମୌସୁମୀ ଆଗକୁ ବଢ଼ିବା ପାଇଁ ସ୍ଥିତି ଅନୁକୂଳ ରହିଛି। ସେପଟେ ଜୁନ୍‌ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ପୂରା ଓଡ଼ିଶାରେ ୫୬.୧ ମିଲିମିଟର ହେବା କଥା। ମାତ୍ର ହୋଇଛି ୪୦.୫ ମିଲିମିଟର ବର୍ଷା। ଅର୍ଥାତ ୨୦% ବର୍ଷା କମ୍‌ ହୋଇଛି। ରାଜ୍ୟର ୧୧ ଜିଲ୍ଲାରେ ସ୍ୱଭାବିକ କିମ୍ୱା ତା’ଠାରୁ ଅଧିକ ବର୍ଷା ହୋଇଛି। ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଅଧିକ ବର୍ଷା ହୋଇଛି। ୧୯ ଜିଲ୍ଲାରେ କମ୍‌ ବର୍ଷା ହୋଇଥିବା ରେକର୍ଡ କରାଯାଇଥିବା ପାଣିପାଗ ବିଭାଗ କହିଛି।

Leave a Reply

Your email address will not be published. Required fields are marked *